Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଖୋର୍ଦ୍ଧା > ଭୁବନେଶ୍ୱରରେ ଘରୋଇ ଇଞ୍ଜିନିୟରିଂ ପ୍ରଥମ ବର୍ଷ ଛାତ୍ରଙ୍କ ଆତ୍ମହତ୍ୟା ଅଭିଯୋଗ; ପରିବାର ପକ୍ଷରୁ ରାଗିଂ ଅଭିଯୋଗ

ଭୁବନେଶ୍ୱରରେ ଘରୋଇ ଇଞ୍ଜିନିୟରିଂ ପ୍ରଥମ ବର୍ଷ ଛାତ୍ରଙ୍କ ଆତ୍ମହତ୍ୟା ଅଭିଯୋଗ; ପରିବାର ପକ୍ଷରୁ ରାଗିଂ ଅଭିଯୋଗ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭୁବନେଶ୍ୱରର ଇନ୍‌ଫୋସିଟି ଥାନା ଅଧିନ ଶିଖର ଚଣ୍ଡୀ ଅଞ୍ଚଳରେ ଏକ ଘରୋଇ ବୈଷୟିକ ବିଶ୍ୱବିଦ୍ୟାଳୟରେ ଜଣେ ଇଞ୍ଜିନିୟରିଂ ପ୍ରଥମ ବର୍ଷର ଛାତ୍ର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଛାତ୍ରଙ୍କ ମୃତ୍ୟୁ ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବେହେଳା ଓ ସିନିୟର ଛାତ୍ରଙ୍କ ରାଗିଂକୁ ଦାୟୀ କରିଛନ୍ତି ତାଙ୍କ ପରିବାର । ମୃତ ଛାତ୍ରଙ୍କ ନାମ ବିଶ୍ୱାସ ସ୍ୱାଇଁ। ସେ ବି.ଟେକ୍ ପ୍ରଥମ ବର୍ଷର ଛାତ୍ର ଥିଲେ। ମୃତ ଛାତ୍ରଙ୍କ ଘର ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ପଦ୍ମଲାଭପୁରରେ। ତାଙ୍କ ବାପା ବସନ୍ତ ସ୍ୱାଇଁ ମୟୂରଭଞ୍ଜ ଜିଲ୍ଲାରେ ଚାକିରି କରନ୍ତି।
ଗତକାଲି ରାତି ୧୦ଟାରୁ ୧୧ ମଧ୍ୟରେ ଏହି ଘଟଣା ଘଟିଛି। ଆତ୍ମହତ୍ୟା ପୂର୍ବରୁ ବିଶ୍ୱାସ ତାଙ୍କ ଘର ଲୋକଙ୍କ ସହିତ ମୋବାଇଲରେ କଥା ହୋଇଥିବା ପରିବାର ଲୋକ କହିଛନ୍ତି। ରାତି ପ୍ରାୟ ୧୧ଟା ସମୟରେ ବିଶ୍ୱାସଙ୍କ ବାପାଙ୍କ ନିକଟକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଫୋନ୍ କରି ତାଙ୍କ ପୁଅ ଆତ୍ମହତ୍ୟା ଉଦ୍ୟମ କରିଥିବା କହିଥିଲେ। ଏହି ଘଟଣା ପ୍ରଘଟ ପରେ ବିଶ୍ୱବିଦ୍ୟାଳୟ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ବିଶ୍ୱାସଙ୍କ ସହପାଠୀମାନେ ହୋହଲ୍ଲା କରିବା ସହିତ ଭଙ୍ଗାରୁଜା ମଧ୍ୟ କରିଥିଲେ। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚିଥିଲେ । ବିଶ୍ୱାସଙ୍କ ବାପା ଖବର ପାଇ ଭୁବନେଶ୍ୱରରେ ପହଞ୍ଚିଲା ଏକ ଘରୋଇ ହସ୍‌ପିଟାଲରେ ତାଙ୍କ ପୁଅର ମୃତ୍ୟୁ ହୋଇସାରିଥିଲା। ବିଶ୍ୱାସ ଏକ ଗାମୁଛା ସାହାଯ୍ୟରେ ନିଜ ହଷ୍ଟେଲ ରୁମ ଫ୍ୟାନ୍‌ରେ ଝୁଲି ପଡ଼ିଥିଲେ ବୋଲି କୁହାଯାଉଛି। ତାଙ୍କ ବାପାଙ୍କ ସୂଚନା ଅନୁଯାୟୀ, ବେଡ୍‌ ଉପରେ ଚୌକି ଥିଲା ଫ୍ୟାନ୍‌ରୁ ଏକ ଗାମୁଛା ଝୁଲିଥିଲା।
ବିଶ୍ୱାସଙ୍କ ବାପା ଇନ୍‌ଫୋସିଟି ଥାନାରେ ଦେଇଥିବା ଏଫଆଇଆରରେ ତାଙ୍କ ପୁଅର ମୃତ୍ୟୁ ପାଇଁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଓ ମ୍ୟାନେଜମେଣ୍ଟ ଦାୟୀ ବୋଲି ଉଲ୍ଲେଖ କରିବା ସହିତ ସିନିୟର ପିଲାମାନେ ବାରମ୍ବାର ତାଙ୍କ ପୁଅକୁ ରାଗିଂ କରିଛନ୍ତି ବୋଲି ମଧ୍ୟ ଅଭିଯୋଗ କରିଛନ୍ତି । ରାଗିଂ ସଂପର୍କରେ ମୃତ ଛାତ୍ର ବିଶ୍ୱାସ ଘରେ ଜଣାଇଥିଲା ଓ ସେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଓ ମ୍ୟାନେଜମେଣ୍ଟକୁ ଏ ବିଷୟରେ ଜଣାଇଥିଲେ ବୋଲି ମଧ୍ୟ କହିଛନ୍ତି, କିନ୍ତୁ କର୍ତ୍ତୃପକ୍ଷ ଏନେଇ କୌଣସି ପଦକ୍ଷେପ ନେଇ ନଥିବା ସେ ଅଭିଯୋଗ କରିଛନ୍ତି । ଚାରି ପାଞ୍ଚ ଦିନ ପୂର୍ବରୁ ପୁଅକୁ ତା’ ସିନିୟରମାନେ ରାଗିଂ କରିଥିଲେ ବୋଲି ବିଶ୍ୱାସଙ୍କ ବାପା ମଧ୍ୟ ଅଭିଯୋଗ କରିଛନ୍ତି । ଏନେଇ ସେ ତା’ ମା’କୁ ଜଣାଇଥିଲା। ଗତକାଲି ସନ୍ଧ୍ୟାରେ ସିନିୟର ପିଲାମାନେ ପୁଣି ତାକୁ ନିର୍ଯାତନା ଦେଇଥିଲେ ବୋଲି ମଧ୍ୟ ଅଭିଯୋଗ କରିଛନ୍ତି ।
ଘଟଣାର ପୋଲିସ ତଦନ୍ତ କରୁଥିଲା ବେଳେ ଏ ନେଇ କିଛି କହି ହେବ ନାହିଁ ବୋଲି କର୍ତ୍ତୃପକ୍ଷ କହିଛନ୍ତି । ସରକାର ରାଗିଂ ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରୁଥିଲା ବେଳେ ବିଭିନ୍ନ କଲେଜରେ ରାଗିଂ ହେଉଥିବା ଅଭିଯୋଗ ମଧ୍ୟ ହେଉଛି । ଏ ନେଇ ଉଚ୍ଚ ସ୍ତରୀୟ ତଦନ୍ତ ହେବା ସହିତ ସରକାର ଓ ବିଶ୍ଵବିଦ୍ୟାଳୟ କର୍ତ୍ତୃପକ୍ଷ ଦୃଢ଼ ପଦକ୍ଷେପ ନେବା ସହିତ ଅଭିଯୁକ୍ତ ଛାତ୍ରଙ୍କ ବିରୁଦ୍ଧରେ କଡା ଆଭିମୁଖ୍ୟ ଗ୍ରହଣ କରିବା ଜରୁରୀ ବୋଲି ମତ ପ୍ରକାଶ ପାଇଛି ।

Leave a comment

Your email address will not be published. Required fields are marked *