ଓଡ଼ିଶା ଲିଡ୍ସ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶିଷ୍ଟ ଓଡ଼ିଆ କ୍ରିକେଟ୍ ଖେଳାଳି ତଥା ରଣଜୀ ଅଧିନାୟକ ଶୁଭ୍ରାଂଶୁ ସେନାପତି । ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ତାଙ୍କ ସହିତ ଆଲୋଚନା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କର ଉଚ୍ଚ ପ୍ରଶଂସା କରିବା ସହ ଆଗାମୀ ଦିନରେ ଶୁଭ୍ରାଂଶୁ ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣନ୍ତୁ ବୋଲି ଶୁଭେଚ୍ଛା ଜଣାଇଛନ୍ତି । ଶୁଭ୍ରାଂଶୁ ଆଇପିଏଲ ଦଳ ଚେନ୍ନାଇ ସୁପର କିଙ୍ଗସ ପକ୍ଷରୁ ମଧ୍ୟ ଖେଳି ସାରିଛନ୍ତି ।




















