ଓଡ଼ିଶା ଲିଡ୍ସ(ଯାଜପୁର):ସୁକିନ୍ଦା ବ୍ଲକ୍ ଲେମ୍ବୋ ପଞ୍ଚାୟତ ବେଠିଆହତା ଗ୍ରାମର ଯୁବ ସଂଗଠକ ସାନ୍ତ୍ୱନୁ ବିନ୍ଧାଣୀଙ୍କ ସଡକ ଦୁର୍ଘଟଣାରେ ଦେହାନ୍ତ ହୋଇଯାଇଛି । ଏହି ଖବର ପାଇ ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ସେଠାରେ ସେ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ଏଭଳି ବିପଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ଶୋକାକୁଳ ପରିବାରକୁ ଏହି ଦୁଃଖ ସହିବା ପାଇଁ ସାହସ ଓ ଶକ୍ତି ପ୍ରଦାନ କରନ୍ତୁ ବୋଲି କହିଛନ୍ତି ଇଂ ଘଡାଇ ।




















