ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ସକାଳେ ଝାରସୁଗୁଡ଼ାରେ ଘଟିଥିବା ସଡ଼କ ଦୁର୍ଘଟଣାରେ ୫ ଜଣ ପୋଲିସ କର୍ମଚାରୀଙ୍କ ଅକାଳ ବିୟୋଗ ଖବର ପାଇ ଗଭୀର ଶୋକ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ନିଜ ଶୋକ ବାର୍ତ୍ତାରେ ଇଂ ଘଡାଇ କହିଛନ୍ତି ଏହି ଦୁଃଖଦ ଖବର ମୋତେ ଗଭୀର ମର୍ମାହତ କରିଛି । ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ ଦିନରାତି ସେବାରତ ଏହି ବୀର ପୋଲିସ ଜବାନ୍ମାନଙ୍କ ଅସମୟରେ ଦେହାନ୍ତ ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଅମର ଆତ୍ମାର ସଦଗତି କାମନା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି । ଏହା ସହିତ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।




















