Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ମୋ ସରଳତା ମୋ ଦୁର୍ବଳତା ନୁହେଁ, ମୁଁ ବି କଠୋର ନିଷ୍ପତ୍ତି ନେଇପାରେ-ମୁଖ୍ୟମନ୍ତ୍ରୀ

ମୋ ସରଳତା ମୋ ଦୁର୍ବଳତା ନୁହେଁ, ମୁଁ ବି କଠୋର ନିଷ୍ପତ୍ତି ନେଇପାରେ-ମୁଖ୍ୟମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ମୁଁ ଆଦିବାସୀ, ତଳୁ ଆସିଛି, ମୁଁ ସରପଞ୍ଚରୁ ମୋ ରାଜନୀତି ଆରମ୍ଭ କରି ମୁଖ୍ୟମନ୍ତ୍ରୀ ହୋଇଛି । ମୁଁ ଜଣେ ସରଳ ମଣିଷ, ମୋ ସରଳତା ମୋ ଦୁର୍ବଳତା ନୁହେଁ । ମୁଁ ବି କଠୋର ନିଷ୍ପତ୍ତି ନେଇପାରେ, ଗୁରୁବାର ଏଭଳି କିଛି କଥା କହିବା ସହିତ ବିଡିଓଙ୍କୁ ତାଗିଦ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

କିଛି ବିଡିଓ ମଧ୍ୟ ମୋ ସହ ଭଲ ସମ୍ପର୍କ ରଖିନାହାନ୍ତି । ଭିଡିଓ କନଫରେନ୍ସରେ ମୋ ଭାଷଣ ଆସିଲେ, ଟିଭି ବନ୍ଦ କରିଦେଉଛନ୍ତି । ଲୋକଙ୍କୁ ପଳାଇବାକୁ କହୁଛନ୍ତି । ଏହାପରେ ପରିସ୍ଥିତି କଣ ହେବ ଆପଣମାନେ ଜାଣିଛନ୍ତି । ମୁଖ୍ୟମନ୍ତ୍ରୀ ଭିସିରେ ଭାଷଣ ଦେଉଥିବା ସମୟରେ ଟିଭି ବନ୍ଦ କରିଦେବାକୁ ମୁଁ କ୍ଷମା ଦେବିନି ।

ସେ କହିଛନ୍ତି ଯେ, ମୁଁ ସରପଞ୍ଚରୁ ମୁଖ୍ୟମନ୍ତ୍ରୀ ହୋଇଛି । ଆଦିବାସୀ ବର୍ଗରୁ ପ୍ରତିନିଧିତ୍ଵ କରୁଛି । କିନ୍ତୁ ମୁଁ ବହୁତ ବଡ଼ ନିଷ୍ପତ୍ତି ନେଇପାରେ । ମୋ ପାଖରେ ସବୁ ରିପୋର୍ଟ ରହିଛି । ସେ କାଳ ପଖାଳ ଆଉ ନାହିଁ । ନୂଆ ସରକାରଙ୍କ ଆଭିମୁଖ୍ୟକୁ ନେଇ କାମ କରିବାକୁ ପଡ଼ିବ । ଯିଏ କାମ ନ କରିବ କ୍ଷମା ନାହିଁ । କୌଣସି ରାଜନୈତିକ ଚାପରେ ବଶବର୍ତ୍ତୀ ନହୋଇ କାମ କରିବାକୁ ବିଡିଓଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଏହାସହ ବର୍ତ୍ତମାନ ଜିଏ ବିଭାଗର ଅତିରିକ୍ତ ସଚିବ ଥିବା ମନୋଜ କୁମାର ମହାନ୍ତି ବିଡିଓ ଥିବା ବେଳେ ଭଲ କାମ କରିଥିବା କହି ଉଦାହରଣ ଦେଇଛନ୍ତି । ପଞ୍ଚାୟତିରାଜ ବିଭାଗକୁ ନିର୍ଦ୍ଦେଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମନରେଗାରେ ମେସିନରେ କାମ କରିବା ବନ୍ଦ କର । ମେସିନ୍ ନ ଲଗାଇ ଶ୍ରମିକମାନଙ୍କୁ ନିଯୁକ୍ତ କରି କାମ କରିବାକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ଆଗାମୀ ଦିନରେ ଗାଇଡଲାଇନ୍ ଆସିବ ବୋଲି ମଧ୍ୟ କହିଛନ୍ତି । ମନରେଗାରେ ଲେବର୍ ଲଗାଇ କାମ ନକରି ମେସିନରେ କାମ ହେଉଛି । ମଷ୍ଟର ରୋଲରେ ବିଭିନ୍ନ ଲୋକଙ୍କ ନା ପକାଇ କାମ ହେଉଛି । ଯାହାର ନା ମଷ୍ଟର ରୋଲରେ ଅଛି, ସେ ମହାବିଦ୍ୟାଳୟର ଅଧ୍ୟାପକ ତ ଆଉ କେଉଁଠି ଡାକ୍ତରଙ୍କ ନାଁ ପଡିଛି ବୋଲି କହିବା ସହିତ ତୁରନ୍ତ ଶ୍ରମିକଙ୍କୁ ନିଯୁକ୍ତ କରି କାମ କରିବାକୁ ତାଗିଦ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Leave a comment

Your email address will not be published. Required fields are marked *