Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଯଯାତି ମହୋତ୍ସବ ମଞ୍ଚରେ ନବ ନିର୍ମାଣ କୃଷକ ସଙ୍ଗଠନ, ଗୁଇନ୍ଦା ବିଭାଗର ନିଷ୍କ୍ରିୟତା ନେଇ ପ୍ରଶ୍ନବାଚୀ

ଯଯାତି ମହୋତ୍ସବ ମଞ୍ଚରେ ନବ ନିର୍ମାଣ କୃଷକ ସଙ୍ଗଠନ, ଗୁଇନ୍ଦା ବିଭାଗର ନିଷ୍କ୍ରିୟତା ନେଇ ପ୍ରଶ୍ନବାଚୀ

ଜିଲ୍ଲା ମହୋତ୍ସବ ମଞ୍ଚ ଅସୁରକ୍ଷିତ

ଗୁଇନ୍ଦା ବିଭାଗ ପାରିବା ପଣିଆ ନେଇ ପ୍ରଶ୍ନବାଚୀ

ଅଘଟଣ ଘଟିଥିଲେ ଦାୟୀ ହୋଇଥାନ୍ତା କିଏ

ସରକାରଙ୍କ ପଦକ୍ଷେପକୁ ଅପେକ୍ଷା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗତ କାଲି ଥିଲା ଯାଜପୁର ଜିଲ୍ଲା ମହୋତ୍ସବର ଚତୁର୍ଥ ସନ୍ଧ୍ୟା । ଲଗାତାର ଦୁଇ ସଂଧ୍ୟାରେ ନିମନ୍ତ୍ରିତ ଅତିଥି ଆସିନଥିଲା ବେଳେ ଗତକାଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କିନ୍ତୁ ଆସିଥିଲେ । ଆଇନମନ୍ତ୍ରୀ ଆସୁଥିବାରୁ ସୁରକ୍ଷା ବ୍ୟବସ୍ଥା କଡା କଡ଼ି କରାଯାଇଥିଲା ମହୋତ୍ସବ ସ୍ଥଳରେ । ବିଶେଷ କରି ମଞ୍ଚ ନିକଟରେ ସୁରକ୍ଷା ବ୍ୟବସ୍ଥା ଅଧିକ କଡା କଡ଼ି କରାଯାଇଥିଲା । ପୋଲିସ ବିଭାଗର ସୁରକ୍ଷା ବଳୟକୁ ଭେଦ କରି ନବ ନିର୍ମାଣ କୃଷକ ସଂଗଠନର ସଦସ୍ୟ ମାନେ ବାହୁଙ୍ଗି, ଅଖା, ଗୋଉଣି, ପ୍ଲାକାର୍ଡ ଧରି ମଞ୍ଚ ଉପରକୁ ଯାଇ ନାରାବାଜି କରିଥିଲେ । ଆମ ଧାନ କିଏ ନବ ବୋଲି ଡାକ ପକାଇଥିଲେ । ଯଦି ଧାନ ନେଉନାହଁ ମହୋତ୍ସବ ବନ୍ଦ କର ବୋଲି ଚିତ୍କାର କରିଥିଲେ । ଏହି ଘଟଣା ସମସ୍ତଙ୍କୁ ଚକିତ କରିଥିଲା ବେଳେ ଆୟୋଜକ ମାନଙ୍କୁ ସ୍ତବ୍ଧ କରି ଦେଇଥିଲା ।

ଧାନ ବିକ୍ରିକୁ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଥିଲା ବେଳେ ମହୋତ୍ସବ ପୂର୍ବରୁ ନବ ନିର୍ମାଣ କୃଷକ ସଙ୍ଗଠନ ଏ ନେଇ ଚେତାବନୀ ଦେଇଥିଲା । ହେଲେ ଯେଉଁ ମଞ୍ଚକୁ ଆଇନମନ୍ତ୍ରୀ ଆସୁଛନ୍ତି ସେଠାକୁ ଚାଷୀ ଚଢିଯିବା ଓ ନାରାବାଜି କରିବା କିଭଳି ସମ୍ଭବ ହେଲା ତାହା ପୋଲିସର କାର୍ଯ୍ୟ ଦକ୍ଷତା ନେଇ ପ୍ରଶ୍ନବାଚୀ ସୃଷ୍ଟି କରିବା ସ୍ୱାଭାବିକ । ସେମାନେ ସେଠାରେ କିଭଳି ପହଞ୍ଚିଲେ, ମଞ୍ଚ ଉପରକୁ କିଭଳି ଚଢ଼ିଲେ ଏହା କିଭଳି ଗୁଇନ୍ଦା ବିଭାଗ ଜାଣି ପାରିଲା ନାହିଁ ତାହା ଗୁଇନ୍ଦା ବିଭାଗ ପାରିବା ପଣିଆ ଉପରେ ଆଙ୍ଗୁଳି ନିର୍ଦ୍ଦେଶ କରିବାକୁ ଯଥେଷ୍ଟ ହୋଇଛି । ଯଦି ମଞ୍ଚ ଉପରେ କୃଷକ ମାନେ ଅତିଥି ମାନଙ୍କୁ ଆକ୍ରମଣ କରିଥାଆନ୍ତେ କିମ୍ବା ଅନ୍ୟ କୌଣସି ଅପ୍ରୀତିକର ଘଟଣା ଘଟି ଥାଆନ୍ତା ତେବେ କିଏ ଦାୟୀ ରହି ଥାଆନ୍ତା ବିଲି ମଧ୍ୟ ମତ ପ୍ରକାଶ ପାଇଛି । ଜିଲ୍ଲା ଗୁଇନ୍ଦା ବିଭାଗ ଯଦି ଯଯାତି ମହୋତ୍ସବ ମଞ୍ଚର ସୁରକ୍ଷାକୁ ନିଶ୍ଚିତ କରି ପାରୁ ନାହିଁ ତେବେ ଜିଲ୍ଲାର ସୁରକ୍ଷା ବ୍ୟବସ୍ଥା କେତେ ଦୁର୍ବଳ ତାହା ଗତକାଲି ପ୍ରମାଣିତ ହୋଇଛି । ରାଜ୍ୟ ସରକାରଙ୍କ ଗୃହ ବିଭାଗ ଏ ନେଇ କି ପଦକ୍ଷେପ ନେଉଛି ତାକୁ ଅପେକ୍ଷା ।

Leave a comment

Your email address will not be published. Required fields are marked *