orissaleads

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

Blog Post

orissaleads > ଜିଲ୍ଲା > ଯାଜପୁର > ଯାଜପୁର ଜିଲ୍ଲା ପ୍ରେସ୍ କ୍ଳବର ପ୍ରଥମ ବାର୍ଷିକ ଉତ୍ସବ: ସଂଘର୍ଷ ରୁ ସଫଳତା ଶୀର୍ଷକ ଆଲୋଚନା ଅନୁଷ୍ଠିତ

ଯାଜପୁର ଜିଲ୍ଲା ପ୍ରେସ୍ କ୍ଳବର ପ୍ରଥମ ବାର୍ଷିକ ଉତ୍ସବ: ସଂଘର୍ଷ ରୁ ସଫଳତା ଶୀର୍ଷକ ଆଲୋଚନା ଅନୁଷ୍ଠିତ

ଓଡ଼ିଶା ଲିଡ୍ସ(ଯାଜପୁର): ନବଗଠିତ ଯାଜପୁର ଜିଲ୍ଲା ପ୍ରେସ କ୍ଳବର ପ୍ରଥମ ବାର୍ଷିକ ଉତ୍ସଵ ୧୪ ତାରିଖ ଦିନ ଯାଜପୁର ସହର ସ୍ଥିତ ଗୌତମ ବୁଦ୍ଧ ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ପୂର୍ବରୁ ପ୍ରତ୍ୟୁଷରୁ ମା ବିରଜାଙ୍କ ନିକଟରେ ପୂଜା ଅର୍ଘ୍ୟ ଅର୍ପଣ କରାଯାଇଥିଲା । ସହରର ଗାନ୍ଧୀ ଛକରେ ଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଓ ଗୌତମ ବୁଦ୍ଧ ସଂସ୍କୃତି ଭବନ ପରିସରରେ ଥିବା ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତୀରେ ଜିଲ୍ଲା ପ୍ରେସ କ୍ମବର ସଦସ୍ୟ ମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ସଭପତି ଅଜୟ କୁମାର ରାଉଳଙ୍କ ସଭାପତିତ୍ବରେ ଏକ ସଭାର ଆୟୋଜନ କରାଯାଇଥିଲା ।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯାଜପୁର ସାଂସଦ ଡ଼. ରବୀନ୍ଦ୍ର ନାରାୟଣ ବେହେରା, ମୁଖ୍ୟ ବକ୍ତା ଭାବେ ପଣ୍ଡିତ ଭୂପତି ଭୂଷଣ ମିଶ୍ର ସମ୍ମାନୀତ ଅତିଥି ଭାବେ ଯାଜପୁର ଜିଲ୍ଲାପାଳ ଅମ୍ବର କୁମାର କର ଓ ଅନ୍ୟତମ ସମ୍ମାନିତ ଅତିଥି ଭାବେ ବରିଷ୍ଠ ବିଜେପି ନେତା ଗୌତମ ରାୟ ପ୍ରମୁଖ ଯୋଗଦେଇଥିଲେ ।ସଭା ପ୍ରାରମ୍ଭରେ ଅତିଥି ମାନଙ୍କ ଦ୍ଵାରା ଜଗତର ନାଥ ଜଗନ୍ନାଥ ଓ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ସହିତ ପ୍ରଦୀପ ପ୍ରଜ୍ବଳନ କରାଯାଇଥିଲା । ଜାତୀୟ ସଙ୍ଗୀତ ଗାନ କରିବା ପରେ ଡି.ଏ.ବି ଡ୍ୟାନ୍ସ ସ୍କୁଲର ଛାତ୍ର ଛାତ୍ରୀଙ୍କ ଦ୍ଵାରା ନୃତ୍ୟ ପରିବେଷଣ କରାଯାଇଥିଲା । ସଭାପତି ଶ୍ରୀ ରାଉଳ ବାର୍ଷିକ ଉତ୍ସବ ସମ୍ପର୍କରେ ସୂଚନା ଦେବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ପ୍ରେସ୍ କ୍ଲବ୍ ର ସମ୍ପାଦକ ତରୁଣ କୁମାର ନନ୍ଦ ବାର୍ଷିକ ବିବରଣୀ ପାଠ ସହ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ ଓ “ସଂଘର୍ଷରୁ ସଫଳତା” ଶୀର୍ଷକ ବିଷୟବସ୍ତୁ ଉପରେ ଆଲୋକପାତ କରିବାକୁ ଅତିଥିମାନଙ୍କୁ ଅନୁରୋଧ କରିଥିଲେ । ମୁଖ୍ୟ ଅତିଥି ସାଂସଦ ଶ୍ରୀ ବେହେରା ସଭାକୁ ସମ୍ବୋଧିତ କରି ପ୍ରତ୍ୟେକ ବ୍ୟକ୍ତି ନିଜ ଲକ୍ଷ୍ୟସ୍ଥଳରେ ପହଞ୍ଚିବାକୁ ହେଲେ ସଂଘର୍ଷ ଜାରି ରଖିବାକୁ ପରାମର୍ଶ ଦେଇ ପୁରାଣ ଶାସ୍ତ୍ରର ଉଦାହରଣ ଦେଇଥିଲେ । ଯାଜପୁର ଜିଲ୍ଲାର ଐତିହ୍ୟକୁ ବଜାୟ ରଖିବା ସହ ଦେଶ ବିଦେଶରେ ଯାଜପୁରର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବାପାଇଁ ଶାସକ, ପ୍ରଶାସକ ଓ ସାମ୍ବାଦିକ ମାନଙ୍କର ଏକ ସ୍ବତନ୍ତ୍ର ଭୂମିକା ରହିଛି ବୋଲି କହିଥିଲେ । ମୁଖ୍ୟ ବକ୍ତା ପଣ୍ଡିତ ଭୂପତି ଭୂଷଣ ମିଶ୍ର ଯାଜପୁରର ଐତିହ୍ୟକୁ ମନେ ପକାଇ ପ୍ରଭୁ ଜଗନ୍ନାଥଙ୍କ ପ୍ରଥମ ନବକଳେବର, ରାଜା ଯଯାତି କେଶରୀଙ୍କ ଅବଦାନ ମା ବିରଜାଙ୍କ ଜନ୍ମ, ବୌଦ୍ଧ କୀର୍ତ୍ତିରାଜି, ପ୍ରାକୃତିକ ସମ୍ପଦ ଭରା ଯାଜପୁରର ଉନ୍ନତି ନିମନ୍ତେ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ବରେଣ୍ୟ ଅତିଥି ଜିଲ୍ଲାପାଳ ଅମ୍ବର କୁମାର କର ସମାଜର ଉନ୍ନତି କ୍ଷେତ୍ରରେ ସାମ୍ବାଦିକ ମାନଙ୍କର ମୁଖ୍ୟ ଭୂମିକା ରହିଛି ବୋଲି କହିଥିଲେ। ସମ୍ମାନିତ ଅତିଥି ଭାବେ ବରିଷ୍ଠ ବିଜେପି ନେତା ତଥା ପ୍ରାକ୍ତନ ଜିଲ୍ଲା ବିଜେପି ସଭାପତି ଗୌତମ ରାୟ ନିଜ ବକ୍ତବ୍ୟରେ ସମାଜରେ ଘଟୁଥିବା ଘଟଣା ଓ ଅସହାୟ,ନିଷ୍ପେସିତ ବ୍ୟକ୍ତିବିଶେଷଙ୍କ ମୌଳିକ ସମସ୍ୟାକୁ ସରକାର ଓ ପ୍ରଶାସନଙ୍କ ନଜରକୁ ଆଣିଲେ ପ୍ରତ୍ୟେକ ସମସ୍ୟାର ସମାଧାନ ଦିଗରେ ସହାୟକ ହେବ ବୋଲି ମତ ପ୍ରକାଶ କରିଥିଲେ । ଏହି ଉତ୍ସବରେ ଯାଜପୁରରେ ଜନ୍ମଗ୍ରହଣ କରି ସାମ୍ବାଦିକତା କ୍ଷେତ୍ରରେ ଦକ୍ଷତା ପ୍ରତିପାଦିତ କରି ରାଜ୍ୟ ତଥା ରାଜ୍ୟ ବାହାରେ ସୁନାମ ଅର୍ଜନ କରିଥିବା ପ୍ରତିଭା ତଥା ଓଡ଼ିଶା ରିପୋର୍ଟରର ସମ୍ପାଦକ ଦେବେନ୍ଦ୍ର ପୃଷ୍ଟି, ନନ୍ଦିଘୋଷ ଟିଭିର ବରିଷ୍ଠ ସାମ୍ବାଦିକ ଯଯାତି କେଶରୀ ମହାନ୍ତି ଓ ବରିଷ୍ଠ ସାମ୍ବାଦିକ ଅଜୟ କୁମାର ଦାସ ଓ ବରିଷ୍ଠ ଆଇନଜୀବି ପାର୍ଥ ରାୟଙ୍କୁ ପୁଷ୍ପ ଗୁଚ୍ଛ, ଉତ୍ତରୀୟ ଓ ସ୍ମାରକୀ ପ୍ରଦାନ କରାଯାଇଥିଲା। ଉଦ୍ଘୋଷିକା ଭାବେ ପ୍ରେସ୍ କ୍ଳବର ସଦସ୍ୟା ମନିଷା ରାଉତ, ମଞ୍ଚ ପରିଚାଳକ ଭାବେ ସନ୍ତୋଷ ମିଶ୍ର, ଅଜୟ ମିଶ୍ର, ସଞ୍ଜୟ କର ନିଜର କାର୍ଯ୍ୟ ସମ୍ପାଦନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସରସ ସୁନ୍ଦର କରିବା ପାଇଁ କାର୍ଯ୍ୟକାରୀ ସଭାପତି ଆଦିତ୍ୟ ମେକାପ, କୋଷାଧ୍ୟକ୍ଷ ବିରଜା ପ୍ରସାଦ ପାଣି, ବରିଷ୍ଠ ସଦସ୍ୟ ଦିଲ୍ଲୀପ ଦାଶ, ବିଭୂତି ଭୂଷଣ ଖଣ୍ଡାଇଙ୍କ ସମେତ ପ୍ରେସ୍ କ୍ଳବର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହଯୋଗ କରିଥିଲେ । ଏହି ଉତ୍ସବରେ ଜିଲ୍ଲାର ବହୁ ସାମ୍ବାଦିକ, ଯାଜପୁର ସହରର ବରିଷ୍ଠ ନାଗରିକ, ସ୍ବେଚ୍ଛାସେବୀ ସଂଗଠନର ସଦସ୍ୟ, ଆଇନଜୀବି, ଡାକ୍ତର ତଥା ଜନସାଧାରଣ ଯୋଗଦେଇଥିଲେ । କାର୍ଯ୍ୟକ୍ରମ ଶେଷରେ ଉପସଭାପତି ଦେବେନ୍ଦ୍ର କୁମାର ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ।

Leave a comment

Your email address will not be published. Required fields are marked *