ଓଡ଼ିଶା ଲିଡ୍ସ(ବ୍ୟୁରୋ): ସୁକିନ୍ଦା ନିର୍ବାଚନ ମଣ୍ଡଳୀ ରାଛିପୁର ସ୍ଥିତ ଶନି ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ । ଆଜି ପବିତ୍ର ଶନି ମେଳା ଅବସରରେ ଶନି ମନ୍ଦିରକୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥିଲା । ଏହି ଅବସରରେ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ ଇଂ ଘଡାଇ । ପହଞ୍ଚିବା ପରେ ତାଙ୍କୁ ମନ୍ଦିର ପରିଚାଳନା କମିଟି ପକ୍ଷରୁ ସ୍ୱାଗତ କରାଯାଇଥିଲା । ସେଠାରେ ଇଂ ଘଡାଇ ପୂଜାର୍ଚ୍ଚନା କରିବା ସହିତ ସମସ୍ତଙ୍କ ମଙ୍ଗଳ କାମନା କରିଥିଲେ ।





















