ଓଡ଼ିଶା ଲିଡ୍ସ(ବ୍ୟୁରୋ): ଓଡ଼ିଶାରେ ରାଜ୍ୟସଭା ଉପନିର୍ବାଚନ ପାଇଁ ନିର୍ବାଚନ କମିଶନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସାଂସଦ ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ଦେବା ପରେ ଗୋଟିଏ ରାଜ୍ୟସଭା ଆସନ ଖାଲି ହୋଇଥିଲା । ଖାଲି ହୋଇଥିବା ଏହି ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ଜୁନ୍ ୧ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ୮ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ଜୁନ୍ ୧୧ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ଜୁନ୍ ୧୮ ତାରିଖ ସକାଳ ୯ରୁ ଅପରାହ୍ଣ ୪ଟା ମଧ୍ୟରେ ଭୋଟ୍ ଗ୍ରହଣ କରାଯିବ । ୫ଟାରେ ଭୋଟ୍ ଗଣତି ହେବ ।

ବିଜେଡିରୁ ଇସ୍ତଫା ଦେବା ପରେ ଦେବାଶିଷ ସାମନ୍ତରାୟ ବିଜେପିରେ ମିଶିଛନ୍ତି । ବିଜେପି ତାଙ୍କୁ ପ୍ରାର୍ଥୀ କରି ପାରେ ବୋଲି ଚର୍ଚ୍ଚା ହେଉଛି ।




















