ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିଜେପି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଆଜି ରାଜ୍ୟସଭା ନିର୍ବାଚନ ପାଇଁ ବିଧାନସଭାରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ତଥା ସାଂସଦ ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ମନ୍ତ୍ରିମଣ୍ଡଳର ସଦସ୍ୟଙ୍କ ସହିତ ବିଧାୟକ ମାନେ ଉପସ୍ଥିତ ଥିଲେ ।




















