Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ଜିଲ୍ଲା > ପୁରୀ > ଶ୍ରଦ୍ଧା ଓ ବିଶ୍ୱାସର କେନ୍ଦ୍ରସ୍ଥଳ, ସାଗର ଶ୍ରୀକ୍ଷେତ୍ର ଚକନାସୀ

ଶ୍ରଦ୍ଧା ଓ ବିଶ୍ୱାସର କେନ୍ଦ୍ରସ୍ଥଳ, ସାଗର ଶ୍ରୀକ୍ଷେତ୍ର ଚକନାସୀ

ଓଡ଼ିଶା ଲିଡ୍ସ(ବ୍ରହ୍ମଗିରି): ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ବ୍ରହ୍ମପୁର ନିକଟବର୍ତ୍ତୀ ଚିଲିକା ହ୍ରଦର ଅନନ୍ତ ଜଳରାଶି ମଧ୍ୟରେ ଅବସ୍ଥିତ ଏକ ପବିତ୍ର ଓ ରହସ୍ୟମୟ ସ୍ଥାନ ହେଉଛି ସାଗର ଶ୍ରୀକ୍ଷେତ୍ର ଚକନାସୀ । କୁହାଯାଏ, ଏଠାରେ ପ୍ରଭୁ ଜଗନ୍ନାଥଙ୍କ ନିଜସ୍ୱ ଗୁପ୍ତଲୀଳା ରହିଛି । ସାଧାରଣ ଲୋକଙ୍କ ଦୃଷ୍ଟିରୁ ଦୂରରେ ଥିବା ଏହି ପୀଠଟି ଆଜି ମଧ୍ୟ ଅନେକ ଭକ୍ତଙ୍କ ପାଇଁ ଶ୍ରଦ୍ଧା ଓ ବିଶ୍ୱାସର କେନ୍ଦ୍ରସ୍ଥଳ ହୋଇ ରହିଛି । ଏହି ପୀଠର ସବୁଠାରୁ ବଡ଼ ବିଶେଷତ୍ୱ ହେଲା ଏଠାରେ ନବଗ୍ରହଙ୍କର ସ୍ଥିତି । ପ୍ରାଚୀନ ମାନ୍ୟତା ଅନୁସାରେ, ଏହା କେବଳ ଏକ ଦ୍ୱୀପ ନୁହେଁ, ବରଂ ଏକ ସିଦ୍ଧ ପୀଠ । ଚତୁର୍ଦ୍ଦିଗ ନୀଳ ଜଳ ରାଶିରେ ଘେରା ହୋଇ ରହିଥିବାରୁ ଏଠାକାର ବାତାବରଣ ଅତ୍ୟନ୍ତ ଶାନ୍ତ ଓ ଆଧ୍ୟାତ୍ମିକ ଶକ୍ତିରେ ପରିପୂର୍ଣ୍ଣ । ସାଧକମାନଙ୍କ ମତରେ, ଏଠାରେ ପ୍ରଭୁ ନିଜର ଗୁପ୍ତଲୀଳା ସମ୍ପାଦନ କରନ୍ତି । ଯେଉଁଥିପାଇଁ ଏହାକୁ ‘ସାଗର ଶ୍ରୀକ୍ଷେତ୍ର’ ବୋଲି କୁହାଯାଏ। ତେବେ ଏତେ ପବିତ୍ର ଓ ଐତିହାସିକ ସ୍ଥାନ ହୋଇଥିଲେ ମଧ୍ୟ, ଏଠାରେ ପହଞ୍ଚିବା ବର୍ତ୍ତମାନ ସମୟରେ ବେଶ ଆହ୍ୱାନ ଭରା ହୋଇ ରହିଛି । ଚିଲିକା ମଧ୍ୟରେ ଥିବାରୁ ଡଙ୍ଗା ଚଳାଚଳ ସମୟରେ ସୁରକ୍ଷା ନିୟମ ପାଳନ କରିବା ନିହାତି ଆବଶ୍ୟକ । ସ୍ଥାନୀୟ ବାସିନ୍ଦାଙ୍କ ଦାବି ଅନୁଯାୟୀ ପ୍ରଶାସନିକ ସ୍ତରରେ ଏହି ପୀଠର ସୁରକ୍ଷା ସହିତ ଯାତ୍ରୀଙ୍କ ପାଇଁ ସୁବିଧାଜନକ ଯାତାୟାତ ବ୍ୟବସ୍ଥା ହେବା ଜରୁରୀ । ଏ ନେଇ ଉଚ୍ଚ ସ୍ତରରେ ଆଲୋଚନା ହେବା ଉଚିତ୍ । ଏଭଳି ଏକ ଅମୂଲ୍ୟ ସାଂସ୍କୃତିକ ଐତିହ୍ୟକୁ ସଂରକ୍ଷଣ କରିବା ଏବଂ ଏହାର ସୌନ୍ଦର୍ଯ୍ୟକୁ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ଦେବା ଆବଶ୍ୟକ ବୋଲି ମତ ପ୍ରକାଶ ପାଇଛି । ସ୍ଥାନୀୟ ଲୋକଙ୍କ ଆସ୍ଥାକୁ ସମ୍ମାନ ଜଣାଇ, ଏହି ପୀଠର ବିକାଶ ଦିଗରେ ପ୍ରଶାସନ ଦୃଷ୍ଟି ଦେଲେ କୃଷ୍ଣପ୍ରସାଦ ଅଞ୍ଚଳର ପର୍ଯ୍ୟଟନ ବିକାଶରେ ଏହା ଏକ ନୂତନ ଅଧ୍ୟାୟ ସୃଷ୍ଟି କରିବ ବୋଲି ବୁଦ୍ଧିଜୀବି ମତ ଦେଇଛନ୍ତି ।

Leave a comment

Your email address will not be published. Required fields are marked *