orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ରାଜ୍ୟ > ସବୁ ଚର୍ଚ୍ଚାର ଅବସାନ, ମନମୋହନ ସାମଲ ରାଜ୍ୟ ବିଜେପି ସଭାପତି ଭାବେ ପୁନର୍ବାର ନିର୍ବାଚିତ

ସବୁ ଚର୍ଚ୍ଚାର ଅବସାନ, ମନମୋହନ ସାମଲ ରାଜ୍ୟ ବିଜେପି ସଭାପତି ଭାବେ ପୁନର୍ବାର ନିର୍ବାଚିତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଶାସକ ଦଳ ବିଜେପି ରାଜ୍ୟ ସଭାପତି ନିର୍ବାଚନକୁ ନେଇ ବେଶ କିଛିଦିନ ହେଲା ରାଜ୍ୟରେ ଚାଲିଥିବା ଚର୍ଚ୍ଚାର ପରିସମାପ୍ତି ଘଟିଛି । ଆଜି ସଭାପତି ପଦବୀ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ ଦିନ ଧାର୍ଯ୍ୟ ହୋଇଥିଲା । ଧାର୍ଯ୍ୟ ସମୟ ମଧ୍ୟରେ କେବଳ ମନମୋହନ ସାମଲ ହିଁ ସଭାପତି ପଦବୀ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ଫଳରେ ଶ୍ରୀ ସାମଲ ନିର୍ଦ୍ବନ୍ଦରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ଏହି ଖବର ପ୍ରକାଶ ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ପ୍ରଦାନ କରାଯାଇଛି ।

୧୯୯୯ ମସିହାରେ ସେ ପ୍ରଥମ ଥର ରାଜ୍ୟ ବିଜେପି ସଭାପତି ହୋଇଥିଲେ । ଏହା ପରବର୍ଷ ବିଜେଡି ସହିତ ବିଜେପିର ଗଠ ବନ୍ଧନ ହୋଇଥିଲା । ବିଜେପି ଓ ବିଜେଡି ମିଳିତ ସରକାର ଗଠନ କରିଥିଲେ । ଏବେ ବିଜେପି ରାଜ୍ୟରେ ଏକକ ସରକାର ଗଠନ କରିଥିଲା ବେଳେ ସରକାର ଗଠନରେ ତାଙ୍କ ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ଥିଲା । ବିଜେଡି ସହିତ ମେଣ୍ଟକୁ ସେ ରୋକଠୋକ ଭାବେ ପ୍ରତ୍ୟଖ୍ୟାନ କରିଥିଲେ । ଜଣେ ଅନୁଭବୀ ନେତା ଭାବେ ବିଜେଡି ସରକାର ପତନ ପଛରେ ରହିଥିଲା ତାଙ୍କ ମାଷ୍ଟର ଷ୍ଟ୍ରୋକ ।

ରାଜ୍ୟରେ ବିଜେପିକୁ କ୍ଷମତାକୁ ଫେରାଇ ଆଣିଥିଲେ ୬୬ ବର୍ଷୀୟ ରାଜ୍ୟର ଅନ୍ୟତମ ଚର୍ଚ୍ଚିତ ରାଜନେତା ମନମୋହନ ସାମଲ । ତାଙ୍କ ନେତୃତ୍ୱରେ ଲଢ଼ି ଦଳ ନବୀନ ପଟ୍ଟନାୟକଙ୍କୁ ଗାଦିଚ୍ୟୁତ କରିଥିଲା । ଉଚ୍ଚ ଶିକ୍ଷିତ ମନମୋହନଙ୍କର ରାଜନୀତିରେ ଦୀର୍ଘ ଅଭିଜ୍ଞତା ରହିଛି। ଭଦ୍ରକ ଜିଲ୍ଲାରେ ୧୯୫୯ ମସିହାରେ ଜନ୍ମଗ୍ରହଣ କରିଥିଲେ ମନମୋହନ ସାମଲ । ଛାତ୍ର ଜୀବନରୁ ରାଜନୀତି ଆରମ୍ଭ କରି ୧୯୭୯ ମସିହାରେ ଭଦ୍ରକ ମହାବିଦ୍ୟାଳୟର ଛାତ୍ର ସଂସଦ ସଭାପତି ଭାବେ ନିର୍ବାଚିତ ହୋଇଥିଲେ । ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ଜଣେ କାର୍ଯ୍ୟକର୍ତ୍ତା ଭାବେ କାମ କରୁଥିବା ବେଳେ ପ୍ରତ୍ୟେକ୍ଷ ରାଜନୀତି ଆଡକୁ ଆକର୍ଷିତ ହୋଇଥିଲେ । ପରେ ବିଜେପି ଦଳରେ ଯୋଗ ଦେଇଥିଲେ ।

ମନମୋହନ ରାଜ୍ୟ ବିଜେପିର ବିଭିନ୍ନ ପଦପଦବୀରେ ସଫଳତାର ସହିତ କାର୍ଯ୍ୟ କରି କେନ୍ଦ୍ରୀୟ ନେତାଙ୍କ ପ୍ରିୟ ହୋଇଥିଲେ । ୧୯୯୯ ମସିହାରେ ସେ ରାଜ୍ୟ ବିଜେପିର ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ।

ମନମୋହନ ସାମଲ ୨୦୦୦ ମସିହାରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ୨୦୦୪ରେ ସେ ଧାମନଗର ବିଧାନସଭା ଆସନରୁ ବିଧାୟକ ଭାବେ ନିର୍ବାଚିତ ହେବା ପରେ ରାଜ୍ୟସଭାରୁ ଇସ୍ତଫା ଦେଇ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେପି-ବିଜେଡି ମେଣ୍ଟ ସରକାରରେ ରାଜସ୍ୱ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ୨୦୦୮ ପର୍ଯ୍ୟନ୍ତ ସେ ରାଜ୍ୟ ସରକାରଙ୍କ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ପୂର୍ବତନ ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ୨୦୨୨ ଧାମନଗର ଉପନିର୍ବାଚନରେ ମନମୋହନ ନିର୍ବାଚନ ପରିଚାଳନାର ଦାୟିତ୍ୱ ନେଇ ଦଳୀୟ ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ବିପୁଳ ଭୋଟରେ ବିଜୟୀ କରାଇଥିଲେ । ଶାସକ ବିଜେଡି ମନମୋହନଙ୍କ ଗୋଟି ଚାଳନାରେ ପରାଜିତ ହୋଇଥିଲା । ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିଜେପି ପ୍ରସ୍ତୁତି ଆରମ୍ଭ କରିଥିବା ବେଳେ ୨୦୨୩ ମାର୍ଚ୍ଚରେ ମନମୋହନଙ୍କୁ ସଭାପତି କରି ଦଳ ତାଙ୍କ ଉପରେ ନିର୍ବାଚନ ଦାୟିତ୍ୱ ଅର୍ପଣ କରିଥିଲା । ସଭାପତି ନିର୍ବାଚନ ପରେ ମନମୋହନ ବିଜେଡି ସରକାର ବିରୁଦ୍ଧରେ ରଣହୁଙ୍କାର ଦେଇଥିଲେ । ବିଜେପି ଜିତିବ ଓ ରାଜ୍ୟରେ ସରକାର କରିବ ବୋଲି ବାରମ୍ବାର କହି ଦଳୀୟ ନେତା ଓ କର୍ମୀଙ୍କ ମଧ୍ୟରେ ନୂଆ ଜୋଶ ଭରିବାକୁ ସକ୍ଷମ ହୋଇଥିଲେ ମନମୋହନ । ଦଳୀୟ ବିଜୟକୁ ଗୁରୁତ୍ୱ ଦେଇ ନିଜେ ପରାଜିତ ହୋଇଥିଲେ ମଧ୍ୟ ବିଜେପି ରାଜ୍ୟରେ କ୍ଷମତାକୁ ଆସିବାରେ ତାଙ୍କର ପ୍ରମୁଖ ଭୂମିକାକୁ ଦଳୀୟ ନେତା ସ୍ୱୀକାର କରନ୍ତି । କେବଳ ଉପକୂଳ ଓଡିଶା ନୁହେଁ ରାଜ୍ୟର ଜଣେ ଚର୍ଚ୍ଚିତ ରାଜନେତା ଭାବେ ମନମୋହନ ସାମଲ ବେଶ ପ୍ରଭାବଶାଳୀ ଓ ଲୋକପ୍ରିୟ । ଆଗକୁ ଦଳ ଓ ସରକାରରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ ଏହା ନିଶ୍ଚିତ ।

Leave a comment

Your email address will not be published. Required fields are marked *