Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ସରକାରଙ୍କ ଚାଷୀ ମାରଣ ନୀତି, ବିପର୍ଯ୍ୟସ୍ତ ଆଇନ କାନୁନ ବ୍ୟବସ୍ଥା ଓ ଖଣିଜ ପଦାର୍ଥ ଲୁଟ ବିରୁଦ୍ଧରେ ଜିଲ୍ଲାପାଳ କାଯ୍ୟାଳୟ ଘେରିଲା ବିଜେଡି

ସରକାରଙ୍କ ଚାଷୀ ମାରଣ ନୀତି, ବିପର୍ଯ୍ୟସ୍ତ ଆଇନ କାନୁନ ବ୍ୟବସ୍ଥା ଓ ଖଣିଜ ପଦାର୍ଥ ଲୁଟ ବିରୁଦ୍ଧରେ ଜିଲ୍ଲାପାଳ କାଯ୍ୟାଳୟ ଘେରିଲା ବିଜେଡି

*କୁସୁମାରୁ ବିଶାଳ ରାଲି କଲା ବିଜେଡି
*ହଜାର ହଜାର ବିଜେଡି କର୍ମୀଙ୍କ ସହିତ ଚାଷୀ ସାମିଲ
*ଏକତ୍ରିତ ହେଲେ ବିଜେଡି ନେତା

ଓଡ଼ିଶା ଲିଡ୍ସ(ଯାଜପୁର): ରାଜ୍ୟ ସରକାରଙ୍କ ଚାଷୀ ମାରଣ ନୀତିରେ ସାରା ରାଜ୍ୟର ଚାଷୀଙ୍କ ଭିତରେ ତୀବ୍ର ଅସନ୍ତୋଷ ଦେଖା ଦେଇଛି । ସରକାର ନିଜର ପ୍ରତିଶୃତି ପାଳନ କରି ଧାନର ଉଚିତ ମୂଲ୍ୟ ପ୍ରଦାନ କରିବାରେ ଅକ୍ଷମ ହୋଇଛନ୍ତି । ବିଜେପି ସରକାର ସମୟରେ ରାଜ୍ୟର ଆଇନ ଶୃଂଖଳା ପରିସ୍ଥିତି ବିଗିଡି ଯାଇଛି । ଏହା ସହିତ ଜିଲ୍ଲାର ଖଣିଜ ପଦାର୍ଥ ବ୍ୟାପକ ଭାବେ ଲୁଟ ହୋଇ ଚାଲିଥିଲା ବେଳେ ଜିଲ୍ଲା ପ୍ରଶାସନ ନିରବ ହୋଇ ବସିଛି । ଏହାର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ଯାଜପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି । ଜିଲ୍ଲାର ବିଭିନ୍ନ ନିର୍ବାଚନ ମଣ୍ଡଳୀରୁ ହଜାର ହଜାର କର୍ମୀଙ୍କ ସହିତ ଚାଷୀ ମାନେ ଯାଜପୁର କୁସୁମା ନିକଟରେ ଏକତ୍ରିତ ହୋଇଥିଲେ । ସେଠାରୁ ବିଂଝାରପୁର ବିଧାୟିକା ତଥା ଵିରୋଧି ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ପୂର୍ବତନ ବିଧାୟକ ତଥା ବିଜେଡି ଉପସଭାପତି ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ, ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟ, ପୂର୍ବତନ ସାଂସଦ ଶର୍ମିଷ୍ଠା ସେଠୀ, ବରୀ ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକ, ଯାଜପୁର ବିଧାୟିକା ସୁଜାତା ସାହୁ, ବଡ଼ଚଣାର ବିଜେଡି ନେତା ରାଜ ନାରାୟଣ ମହାପାତ୍ରଜିଲ୍ଲା ବିଜେଡି ସଭାପତି ସରୋଜ ମହାପାତ୍ରଙ୍କ ନେତୃତ୍ୱରେ ଏକ ବିଶାଳ ରାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା । ସେଠାରେ ଦଳୀୟ ନେତା ମାନେ ସରକାରଙ୍କ ଚାଷୀ ମାରଣ ନୀତି ବିରୁଦ୍ଧରେ ତୀବ୍ର ପ୍ରତିବାଦ କରିଥିଲେ । ସରକାର ଆଜି ଅନ୍ନଦାତାଙ୍କୁ ଅପମାନିତ କରି ତାଙ୍କ ପେଟକୁ ଲାତ ମାରୁଥିବା କହିଥିଲେ ବିଜେଡି ନେତା । ସରକାର ନିଜ ଘୋଷଣା ଅନୁଯାୟୀ ଚାଷୀ ମାନଙ୍କୁ ଉଚିତ ମୂଲ୍ୟ ପ୍ରଦାନ କରୁନଥିବା ଅଭିଯୋଗ କରିଥିଲେ । ଏହା ସହିତ ବିଜେପି ସରକାର ସମୟରେ ରାଜ୍ୟ ସହିତ ଜିଲ୍ଲାର ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡି ପଡିଥିବା ନେଇ ତୀବ୍ର ସମାଲୋଚନା କରିଥିଲେ । ଡବଲ ଇଞ୍ଜିନ ସରକାର ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରିବାରେ ସମ୍ପୂର୍ଣ୍ଣ ଅସମର୍ଥ ବୋଲି କହିଥିଲେ ବିଜେଡି ନେତା ମାନେ । ବିଜେପି ସରକାର ସମୟରେ ବିଭିନ୍ନ ଜିଲ୍ଲା ସହିତ ଯାଜପୁର ଜିଲ୍ଲାରେ ବ୍ୟାପକ ଖଣିଜ ପଦାର୍ଥ ଲୁଟ ହେଉଥିଲା ବେଳେ ଜିଲ୍ଲା ପ୍ରଶାସନ ନିରବ ବସି ଏହାକୁ ସମର୍ଥନ କରୁଥିବା ଅଭିଯୋଗ କରିଥିଲେ । ଆଜି ବିଜେଡିର ଏହି ଦମଦାର ପ୍ରଦର୍ଶନ ଶାସକ ଦଳକୁ ଚମକାଇ ଦେଇଛି ।

ଚର୍ଚ୍ଚାରେ ଡ୍ୟାନିଙ୍କ ଭାଷଣ

ଆଜିର ଏହି ବିଶାଳ ପ୍ରତିବାଦ ସଭାରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇଙ୍କ ଭାଷଣ ଚର୍ଚ୍ଚା ସୃଷ୍ଟି କରିଥିଲା । ସରକାରଙ୍କୁ ଡ୍ୟାନି ତୀବ୍ର ଆକ୍ଷେପ କରିବା ସହିତ ବିଜେପି ସରକାରରେ ଜିଏସଟି ବଦଳରେ ଏମଏମଟି(ମୋହନ ମାଝୀ ଟ୍ୟାକ୍ସ) ଲାଗୁ ହୋଇଛି ବୋଲି କହିଥିଲେ । ଖଣି ଖାଦାନରୁ ଲୁଟ ହେଉଥିଲା ବେଳେ ଖଣି ମାଫିଆ ଖୋଲା ଖୋଲି ମୋହନ ମାଝୀଙ୍କ ନା ନେଇ ଲୁଟ କରୁଥିବା ସେ ଅଭିଯୋଗ କରିଥିଲେ । ତାଙ୍କ ଦମଦାର ଭାଷଣ ହଜାର ହଜାର ବିଜେଡି କର୍ମୀଙ୍କୁ ବେଶ ଉତ୍ସାହିତ କରିଥିଲା ।

Leave a comment

Your email address will not be published. Required fields are marked *