Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ସୁକିନ୍ଦାରେ ଯୁବ ବିଜେଡି କର୍ମୀଙ୍କୁ ପୋଲିସ ଉପସ୍ଥିତିରେ ମାଡ଼ ମାରି ଅପହରଣ, ୬ ଘଣ୍ଟା ପରେ ଥାନା ସମ୍ମୁଖରେ ଫୋପାଡ଼ି ଦେଲେ

ସୁକିନ୍ଦାରେ ଯୁବ ବିଜେଡି କର୍ମୀଙ୍କୁ ପୋଲିସ ଉପସ୍ଥିତିରେ ମାଡ଼ ମାରି ଅପହରଣ, ୬ ଘଣ୍ଟା ପରେ ଥାନା ସମ୍ମୁଖରେ ଫୋପାଡ଼ି ଦେଲେ

ଓଡ଼ିଶା ଲିଡ୍ସ(ଯାଜପୁର): ନିର୍ବାଚନ ପରଠାରୁ ଅଶାନ୍ତ ହୋଇ ପଡିଛି ସୁକିନ୍ଦା । ବିଗତ ଦିନରେ ବିଜେପି କର୍ମୀ ବିଭିନ୍ନ ବ୍ୟକ୍ତିଙ୍କୁ ମାଡ଼ ମାରି ଲହୁ ଲୁହାଣ କରିଛନ୍ତି । ସୁକିନ୍ଦାରେ ଆଜି ବିଜେପି କର୍ମୀଙ୍କ ଗୁଣ୍ଡାରାଜ ସୀମା ଟପିଛି । ଆଜି ବିଜେଡିର ଜଣେ ଯୁବ କର୍ମୀଙ୍କୁ ପୋଲିସ ଉପସ୍ଥିତିରେ ମାଡ଼ ମାରି ଅପହରଣ କରାଯାଇଛି । ଅପହରଣର ପ୍ରାୟ ୬ ଘଣ୍ଟା ପରେ ଜନ ସାଧାରଣଙ୍କ ତୀବ୍ର ପ୍ରତିକ୍ରିୟା ଓ ବିଜେଡି ଥାନା ଘେରିବା ଆୟୋଜନକୁ ଦେଖି ଯୁବ କର୍ମୀଙ୍କୁ ରକ୍ତାକ୍ତ ଅବସ୍ଥାରେ ଡୁବୁରୀ ଥାନା ସମ୍ମୁଖରେ ଫୋପାଡ଼ି ଦେଇ ପଳାଇଛନ୍ତି । ପରେ ପୋଲିସ ଗୁରୁତର ଆହତ ଯୁବକଙ୍କୁ ଉଦ୍ଧାର କରି ଦାନଗଦି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଛି । ଆହତ ଯୁବକ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ସୂଚନା ଅନୁଯାୟୀ ଆଜି ଦିନ ପାୟ ୩ଟା ସମୟରେ ବିଜେଡି କର୍ମୀ ରୋହିତ ଖୁଣ୍ଟିଆ ନିଜ ବାଇକରେ ଘରକୁ ଫେରୁଥିବା ସମୟରେ ସୁକିନ୍ଦା ଛକ ନିକଟରେ ୪ରୁ ପାଞ୍ଚ ଜଣ ଯୁବକ ତାଙ୍କୁ ଅଟକାଇ ମାଡ଼ ମାରିଥିଲେ । ପରେ ତାଙ୍କୁ ସେଠାରୁ କେଉଁ ଆଡ଼କୁ ନେଇ ପଳାଇଥିଲେ । ତାଙ୍କ ଜୀବନ ପ୍ରତି ବିପଦ ଥିବାରୁ ତାଙ୍କୁ ପୋଲିସ ସୁରକ୍ଷା ଯୋଗାଇ ଦିଆ ଯାଇଥିଲା । ଏହି ଘଟଣା ସମୟରେ ତାଙ୍କ ନିକଟରେ ଜଣେ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ । ହେଲେ ସେ ତାଙ୍କୁ ସୁରକ୍ଷା ଦେଇ ପାରି ନଥିଲେ । ଏହି ଘଟଣା ପ୍ରଚାର ହେଲା ପରେ ସୁକିନ୍ଦାରେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଥିଲା । ଖବର ପାଇ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ତୁରନ୍ତ ଏସ୍ପିଙ୍କ ସହିତ ଯୋଗାଯୋଗ କରିଥିଲେ । ଅନ୍ୟ ପଟେ ବିଜେଡି ପକ୍ଷରୁ ଥାନା ଘେରିବା ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଥିଲା । ରାତି ପ୍ରାୟ ୯ଟା ବେଳେ ତାଙ୍କୁ ଡୁବୁରୀ ଥାନା ସମ୍ମୁଖରେ ପଡିଥିବା ଦେଖିବାକୁ ମିଳିଥିଲା । ତାଙ୍କୁ ଆକ୍ରମଣକାରୀ ଲୁହା ରଡ଼ରେ ମାଡ଼ ମାରି ଗୁରୁତର ଆହତ କରିଛନ୍ତି । ତାଙ୍କ ମୁଣ୍ଡ ସହିତ ଦେହର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି । ଏଠାରେ ସୂଚନା ଯୋଗ୍ୟ ରୋହିତ ବିଭିନ୍ନ ସମୟରେ ବିଜେପି ବିରୁଦ୍ଧରେ ଦୁର୍ନୀତିକୁ ନେଇ ସ୍ୱର ଉତ୍ତୋଳନ କରନ୍ତି । ଏ ନେଇ ରୋହିତଙ୍କ ମା ସୁକିନ୍ଦା ଥାନାରେ ଲିଖିତ ଅଭିଯୋଗ କରିଥିବା ଜଣା ଯାଇଛି । ଅନ୍ୟ ପକ୍ଷରେ ବିଜେଡି ଆକ୍ରମଣକାରୀ ଓ ଅପହରଣକାରୀଙ୍କ ବିରୁଦ୍ଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛି । ଯଦି ପୋଲିସ ଏ ନେଇ ଟାଳଟୁଳ ନୀତି ଅବଲମ୍ବନ କରେ ତେବେ ବିଜେଡି ରାସ୍ତାକୁ ଓହ୍ଲାଇବାର ଚେତାବନୀ ଦେଇଛି । ଏହାକୁ ନେଇ ସାଧାରଣରେ ମଧ୍ୟ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଆଜିର ଘଟଣା ପରେ ସୁକିନ୍ଦାରେ ଉଟ୍ରେଜେନା8 ପ୍ରକାଶ ପାଇଛି ।

Leave a comment

Your email address will not be published. Required fields are marked *