ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦୀର୍ଘ ପ୍ରତିକ୍ଷାର ଅବସାନ ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ରାଜ୍ୟ ବିଜେଡି ମହିଳା ସଭାନେତ୍ରୀ ଭାବେ ମନୋନୀତ କରିଛନ୍ତି । ଆଜି ଦଳ ପକ୍ଷରୁ ଏ ନେଇ ବିବୃତି ଜାରି କରାଯାଇଛି । ପଶ୍ଚିମ ଓଡ଼ିଶାର ଏହି ଟାଣୁଆ ମହିଳା ନେତ୍ରୀଙ୍କୁ ବିଭିନ୍ନ ମହଲରୁ ଶୁଭେଛା ପ୍ରଦାନ କରାଯାଇଛି ।
