ଓଡ଼ିଶା ଲିଡ୍ସ(ବ୍ୟୁରୋ):ସ୍ପେନରେ ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଭୟଙ୍କର ଧକ୍କା ହୋଇଛି। ଗୋଟିଏ ଟ୍ରେନ ଲାଇନଚ୍ୟୁତ୍ ହୋଇ ଅନ୍ୟ ଟ୍ରାକ୍ରେ ପଡିଥିବା ବେଳେ ଅନ୍ୟ ଏକ ଟ୍ରେନ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଅତି କମରେ ୨୧ ଜଣ ଯାତ୍ରୀ ମୃତ୍ୟୁ ବରଣ କରିଥିଲା ବେକେ ଶତାଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ସଂଖ୍ୟା ବଢିବାର ଆଶଙ୍କା କରାଯାଉଛି । ଦୁର୍ଘଟଣା ଦକ୍ଷିଣ ସ୍ପେନର ଆଡାମୁଜ୍ ନଗର ନିକଟରେ ଘଟିଛି । ଦୁର୍ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।




















