Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ପଞ୍ଚଭୂତରେ ବିଲୀନ ହେଲେ ଉତ୍ତମ ମହାନ୍ତି..

ପଞ୍ଚଭୂତରେ ବିଲୀନ ହେଲେ ଉତ୍ତମ ମହାନ୍ତି..

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗତ କାଲି ରାତି ପ୍ରାୟ ସାଢ଼େ ଦଶଟା ସମୟରେ ଗୁରୁଗାଓଁ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ମୃତ୍ୟୁ ବରଣ କରିଥିଲେ ଓଡ଼ିଆ ଚଳଚ୍ଚିତ୍ରର ସୁପର ଷ୍ଟାର ଉତ୍ତମ ମହାନ୍ତି । ଏହି ଖବର ସାରା ରାଜ୍ୟକୁ ସ୍ତବ୍ଧ କରି ଦେଇଥିଲା । କେବଳ ଚଳଚ୍ଚିତ୍ର ପ୍ରେମୀ ନୁହଁନ୍ତି ସବୁ ବର୍ଗର ଲୋକଙ୍କୁ ଏହି ଖବର ବେଶ ମର୍ମାହତ କରିଥିଲା । ମୃତ୍ୟୁ ବେଳକୁ ଉତ୍ତମଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ଦୀର୍ଘ ଚାରି ଦଶନ୍ଧି ଧରି ସେ କେବଳ ଓଡ଼ିଆ ଚଳଚ୍ଚିତ୍ର ନୁହେଁ ସାରା ଓଡ଼ିଶାବାସୀଙ୍କ ହୃଦୟରେ ରାଜ କରୁଥିଲେ । ତାଙ୍କ ଦେହାନ୍ତରେ ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ବୁଦ୍ଧିଜୀବି ଓ ସାଧାରଣ ଲୋକ ମଧ୍ୟ ଶୋକ ବ୍ୟକ୍ତ କରି ଶେଷ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଆଜି ଦିନ ଏଗାରଟା ସମୟରେ ଉତ୍ତମଙ୍କ ପାର୍ଥିବ ଶରୀର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲା । ସେଠାରୁ ତାଙ୍କ ଭବନେଶ୍ୱର ସ୍ଥିତ ବାସଭବନକୁ ଏକ ଶୋଭାଯାତ୍ରାରେ ନିଆଯାଇଥିଲା । ସେଠାରେ ହଜାର ହଜାର ଉତ୍ତମ ପ୍ରେମୀ ତାଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଇଥିଲେ ।

ଏହା ପରେ ତାଙ୍କ ପାର୍ଥିବ ଶରୀରକୁ ସତ୍ୟନଗର ସ୍ମଶାନକୁ ନିଆ ଯାଇଥିଲା । ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା । ଏହା ପରେ ରୀତି ନୀତି ଅନୁଯାୟୀ ପୁଅ ବାବୁସାନ ମହାନ୍ତି ମୁଖାଗ୍ନି ଦେଇଥିଲେ । ଏହି ସମୟରେ ଉପସ୍ଥିତ ହଜାର ହଜାର ଉତ୍ତମ ପ୍ରେମୀ ଉତ୍ତମ ମହାନ୍ତି ଅମର ରହେ ନାରା ଦେଇଥିଲେ । ଗୋଟିଏ ପଟେ ଉତ୍ତମଙ୍କ ମରଦେହ ପଞ୍ଚଭୂତରେ ବିଲୀନ ହେଉଥିଲା ତ ଆଉ ଗୋଟିଏ ପଟେ ସମସ୍ତଙ୍କ ଆଖିରୁ ଝରି ପଡୁଥିଲା ଲୁହ । ନିଜର ପ୍ରିୟ କଳାକାର, ଜଣେ ଦରଦୀ ମଣିଷଙ୍କୁ ସମସ୍ତେ ଲୁହ ଭିଜା ଆଖିରେ ଦେଇଥିଲେ ଚିର ବିଦାୟ । ସମସ୍ତଙ୍କ ମୁହଁରେ ଗୋଟିଏ କଥା ଥିଲା ଉତ୍ତମ ଥିଲେ ସର୍ବୋତ୍ତମ ।

Leave a comment

Your email address will not be published. Required fields are marked *