ଓଡ଼ିଶା ଲିଡ୍ସ(ବ୍ୟୁରୋ): ବରିଷ୍ଠ ସିନେ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ । ଶ୍ରୀ ପଟ୍ଟନାୟକ ନିଜ ଶୋକ ବାର୍ତ୍ତାରେ କହିଛନ୍ତି ଓଡ଼ିଆ ଚଳଚ୍ଚିତ୍ରର ଲୋକପ୍ରିୟ ତଥା କିମ୍ବଦନ୍ତୀ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ତାଙ୍କ ମୃତ୍ୟୁ କଳା ଜଗତରେ ଏହା ବିରାଟ ଶୁନ୍ୟସ୍ଥାନ ସୃଷ୍ଟି କରିଛି । ଅନେକ ଚଳଚ୍ଚିତ୍ରରେ ସେ ଛାଡିଯାଇଥିବା ଛାପ ତାଙ୍କୁ ଲୋକଙ୍କ ହୃଦୟରେ ଚିର ଅମର କରି ରଖିବ । ଏପରି ଦୁଃଖଦ ସମୟରେ ତାଙ୍କ ପରିବାରକୁ ଗଭୀର ସମବେଦନା ଜଣାଇବା ସହିତ ଅମର ଆତ୍ମାର ସଦଗତି କାମନା କରୁଛି ।
