orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > ଜିଲ୍ଲା > ଯାଜପୁର > ଶୁଖି ଯାଉଛି ବ୍ରାହ୍ମଣୀ, ଚିନ୍ତାରେ ନଦୀକୂଳିଆ

ଶୁଖି ଯାଉଛି ବ୍ରାହ୍ମଣୀ, ଚିନ୍ତାରେ ନଦୀକୂଳିଆ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ଭାବରେ ପରିଚିତ ବ୍ରାହ୍ମଣୀ । ଏହାର ଶାଖା କେଲୁଅ ଏବଂ ଖରସ୍ରୋତା ନଦୀ। ଖରସ୍ରୋତା ନଦୀ ଚିର ସ୍ରୋତା ହୋଇଥିଲା ବେଳେ ବର୍ଷା ଦିନକୁ ଛାଡି ମୁଖ୍ୟ ନଦୀ ବ୍ରାହ୍ମଣୀ ଓ ଶାଖା ନଦୀ କେଲୁଅ ଶୁଖି ଯାଉଛି । ବ୍ରାହ୍ମଣୀ ନଦୀର ଉଭୟ ପାର୍ଶ୍ଵରେ ରହିଛି ବିଭିନ୍ନ ଗାଁ ଓ ଜନବସତି। ନଦୀ ଶୁଖି ଯିବାରୁ ବ୍ରାହ୍ମଣୀ ନଦୀକୁ ଆଧାର କରି ଗଢ଼ି ଉଠିଥିବା ଜୀବନ ଜୀବିକା ସଂପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି। ଚାଷ କାର୍ଯ୍ୟ ସମ୍ପୂର୍ଣ୍ଣ ପ୍ରଭାବିତ ହୋଇଥିଲା ବେଳେ ନଦୀରୁ ମାଛ ଧରି ପରିବାର ପ୍ରତି ପୋଷଣ କରୁଥିବା ପରିବାର ଏବେ ଚିନ୍ତାରେ । ଖରାଦିନେ ନଦୀ ଶୁଖି ଯାଉଥିବାରୁ ନଦୀ କୂଳିଆ ଅଞ୍ଚଳରେ ଜଳ ସ୍ତର କମି ଯାଉଛି । ଫଳରେ ନଳକୂପ ଗୁଡିକରୁ ପାଣି ବହାରିବାରେ ସମସ୍ୟା ଦେଖା ଦେଉଛି । ନଦୀ ଶୁଖି ଯାଉଥିବାରୁ ସବୁଠି ବେଧଡକ ବାଲି ଉତୋଳନ ଓ ଚାଲାଣ ଚାଲିଛି। ରାଜ୍ୟର ଦ୍ଵିତୀୟ ବୃହତ୍ତମ ନଦୀ ଭାବରେ ପରିଚିତ ବ୍ରାହ୍ମଣୀ ମୃତ ନଦୀରେ ପରିଣତ ହେବାକୁ ଯାଉଛି। ଏ ନେଇ ବାରମ୍ବାର ଦାବି ପରେ ମଧ୍ୟ ସରକାର ଓ ଜନ ପ୍ରତିନିଧିମାନଙ୍କ ଆନ୍ତରିକ ଉଦ୍ୟମ ଅଭାବରୁ ବ୍ରାହ୍ମଣୀ ପୁନରୁଦ୍ଧାର ହୋଇ ପାରୁନାହିଁ । ଫଳରେ ନଦୀ କ୍ରମଶଃ ପୋତିହୋଇ ବର୍ଷର ୧୦ ମାସ ଶୁଷ୍କ ଅବସ୍ଥାରେ ରହୁଛି। ଫଳରେ ପ୍ରାକୃତିକ ଭାବେ ଏହା ଯେପରି ପ୍ରବହମାନ ଅବସ୍ଥାରେ ରହିବା କଥା, ତାହା ନ ହେବାରୁ ଜେନାପୁରଠାରୁ ବରୀ ବ୍ଲକ୍‌ର କାଇପଡା ପର୍ଯ୍ୟନ୍ତ ନଦୀ ଶୁଖି ଯାଉଛି । ଫଳରେ ନଦୀ କୂଳିଆ ଅଞ୍ଚଳରେ ଜଳସଙ୍କଟ ଉଗ୍ରରୂପ ଧାରଣ କରୁଛି । ନଦୀ କୂଳ ଗ୍ରାମ ଗୁଡିକରେ କୂପ, ନଳକୂପ, ପୋଖରୀ, ଗାଡିଆ ଆଦିର ଜଳସ୍ତର ଧିରେ ଧିରେ କମିବାରେ ଲାଗିଛି । ଏ ନେଇ କେନ୍ଦ୍ର ଜଳ ଆୟୋଗ ପଦକ୍ଷେପ ନେବା ଜରୁରୀ ହୋଇଛି । ବ୍ରାହ୍ମଣୀ କୁ ଚିରସ୍ରୋତା କରିବାକୁ ରାଜ୍ୟ ସରକାର ତ୍ୱରିତ ପଦକ୍ଷେପ ନେବା ଜରୁରୀ ହୋଇଛି ।

Leave a comment

Your email address will not be published. Required fields are marked *