Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ରାଜ୍ୟ > ବିଧାନସଭାରେ ଜୟ ନାରାୟଣ ତାତି

ବିଧାନସଭାରେ ଜୟ ନାରାୟଣ ତାତି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବନ୍ଦେ ଉତ୍କଳ ଜନନୀକୁ ବିରୋଧ କରି ଓଡ଼ିଶାରେ ମିଶିବା ଆମର ଐତିହାସିକ ଭୁଲ ବୋଲି ମନ୍ତବ୍ୟ ଦେଇଥିଲେ ବିଜେପିର ବରିଷ୍ଠ ବିଧାୟକ ଜୟ ନାରାୟଣ ମିଶ୍ର । ଯାହା ସାରା ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି । ତାଙ୍କ ମନ୍ତବ୍ୟ ଵିଵାଦୀୟ ପରିସ୍ଥିତି ସୃଷ୍ଟି କରିଥିଲା ବେଳେ ବିଜେପି ଅଡୁଆରେ ପଡି ଯାଇଛି । ବିଭିନ୍ନ ସମୟରେ ବିଭିନ୍ନ ମନ୍ତବ୍ୟ ଦେଇ ଜୟ ନାରାୟଣ ଚର୍ଚ୍ଚାର ପରିଧି ମଧ୍ୟକୁ ଆସିବାର ବହୁ ନଜିର ରହିଛି । ହେଲେ ବନ୍ଦେ ଉତ୍କଳ ଜନନୀ ଗାନ ବେଳେ ସଙ୍ଗୀତକୁ ସମ୍ମାନ ନ ଦେଇ ବସି ରହିବା ଓ ରାଜ୍ୟ ସଂଗୀତରେ ଉତ୍କଳ କାହିଁକି ରହିଲା ଭଳି ମନ୍ତବ୍ୟ ଦେବା ତାଙ୍କୁ ନିନ୍ଦିତ କରିଛି । ତାଙ୍କର ଏହି ବିବାଦୀୟ ବୟାନ କିନ୍ତୁ ଶାସକ ବିଜେପିକୁ ଅଡୁଆରେ ପକାଇ ଦେଇଛି । ଦୁଇଦିନ ହେଲା କେହି ଦଳୀୟ ନେତା ଏ ନେଇ ମୁହଁ ଖୋଲି ନଥିଲା ବେଳେ ଆଜି ବିବାଦ ଅଧିକ ଘନୀଭୂତ ହେବା ପରେ ଆଇନ ମନ୍ତ୍ରୀ ଏହା ଜୟ ନାରାୟଣଙ୍କ ବ୍ୟକ୍ତି ଗତ ମତ ବୋଲି କହିଛନ୍ତି । ହେଲେ ଆଜି ଏହାକୁ ନେଇ ବିଧାନସଭାରେ ତୁମୁଳ କାଣ୍ଡ ସୃଷ୍ଟି ହୋଇଛି । ଉଭୟ ଶାସକ ଓ ଵିରୋଧି ମୁହାଁ ମୁହିଁ ହେବା ସହିତ ହାତା ହାତି ବି ହୋଇଛନ୍ତି ।ଆଗକୁ ଏହାକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ବିବାଦ ଅଧିକ ଘନୀଭୂତ ହେବାର ଆଶଙ୍କା ଦେଖା ଦେଇଛି । ଯାହା ବେଶ କିଛିଦିନ ପର୍ଯ୍ୟନ୍ତ ବିଧାନସଭାକୁ ଅଚଳ କରିଦେବାର ସମ୍ଭାବନାକୁ ଏଡାଇ ଦେଇ ହେବ ନାହିଁ । କିଛି ଲୋକ ଜୟ ନାରାୟଣଙ୍କୁ ମନ୍ତ୍ରୀ ପଦ ମିଳି ନାହିଁ ବୋଲି ସେ ପ୍ରତିବାଦରେ ଏହା କହିଥିବା ମତ ଦେଉଥିଲା ବେଳେ ଏହି ମନ୍ତବ୍ୟ ସହିତ ମନ୍ତ୍ରୀ ପଦ ନ ମିଳିବାର କୌଣସି ପ୍ରାସଙ୍ଗିକତା ନାହିଁ ବୋଲି ବହୁ ବ୍ୟକ୍ତି ମତ ଦେଉଛନ୍ତି ।

କିଛି ବ୍ୟକ୍ତିଙ୍କ ମତ ଯଦି ଜୟ ନାରାୟଣ ମନ୍ତ୍ରୀ ପଦ ନ ପାଇ ଅସନ୍ତୁଷ୍ଟ ଅଛନ୍ତି ତେବେ ସେ ଏ ନେଇ ଦଳୀୟ ମହଲରେ ଆଲୋଚନା କରିବା ଉଚିତ ଥିଲା ବୋଲି ମତ ଦେଇଛନ୍ତି । ଅନ୍ୟ ପକ୍ଷରେ ଆଜି ଜୟ ନାରାୟଣଙ୍କ ଝିଅ ତାଙ୍କ ବାପା ବନ୍ଦେ ଉତ୍କଳ ଜନନୀ ସଂଗୀତରେ ଛିଡା ହୁଅନ୍ତି ନାହିଁ ବୋଲି କହିଛନ୍ତି । ତିନିଦିନ ଧରି ଜୟ ନାରାୟଣଙ୍କ ମନ୍ତବ୍ୟ ରାଜ୍ୟ ରାଜନୀତିକୁ ଆଛନ୍ନ କରି ରଖିଥିଲା ବେଳେ ବିଜେଡି ଓ କଂଗ୍ରେସ ମିଳିତ ଭାବେ ଏହାକୁ ବିରୋଧ କରୁଛନ୍ତି । ହେଲେ ଜୟ ନାରାୟଣଙ୍କ ମନ୍ତବ୍ୟ ବିଜେପି ପାଇଁ ଅଡୁଆ ବଢ଼ାଇଥିଲା ବେଳେ ବିଜେପି କିଭଳି ଏହି ବିବାଦରୁ ନିଜକୁ ବାହାରକୁ ଆଣୁଛି ତା ଉପରେ ସମସ୍ତଙ୍କ ନଜର ରହିଛି । ସାରା ରାଜ୍ୟରେ କିନ୍ତୁ ଜୟ ନାରାୟଣଙ୍କ ମନ୍ତବ୍ୟକୁ କେହି ଗ୍ରହଣ କରୁନାହାନ୍ତି ।

Leave a comment

Your email address will not be published. Required fields are marked *