Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ରାଜ୍ୟ > ୧୬୦ କୋଟି ଟଙ୍କା ଦୁର୍ନୀତି ଅଭିଯୋଗରେ ବିଜେଡି ନେତା ରାଜା ଚକ୍ର ଗିରଫ, ଚିନ୍ତାରେ ବିଜେଡି

୧୬୦ କୋଟି ଟଙ୍କା ଦୁର୍ନୀତି ଅଭିଯୋଗରେ ବିଜେଡି ନେତା ରାଜା ଚକ୍ର ଗିରଫ, ଚିନ୍ତାରେ ବିଜେଡି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତତା ଘଟଣାରେ କ୍ରାଇମବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରିଛି। ରାଜାଙ୍କ ଗିରଫ ପରେ ବିଜେଡି ଭିତରେ ଛନକା ପସିଛି । ଗତ କାଲି ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି। ରାଜାଙ୍କ ବିରୋଧରେ ୧୬୦ କୋଟି ଟଙ୍କା ଦୁର୍ନୀତି କରିଥିବାର ଅଭିଯୋଗ ଆପାତତଃ ସତ ବୋଲି ଜଣାଯିବା ପରେ ତାଙ୍କୁ ଗିରଫ କରାଯାଇଛି। ରାଜା ଚକ୍ରଙ୍କର ପଲଟିକାଲ ଲିଙ୍କ ନେଇ ମଧ୍ୟ କ୍ରାଇମବ୍ରାଞ୍ଚ ଖୋଳ ତାଡ଼ ଆରମ୍ଭ କରିଛି । ଗତକାଲି ରାଜାଙ୍କୁ କୋର୍ଟଚାଲାଣ କରାଯାଇଥିବା ଜଣା ଯାଇଛି । ଦୁଇଦିନ ତଳେ ହାଇକୋର୍ଟ ରାଜା ଓରଫ ସୌମ୍ୟଶଙ୍କର ଚକ୍ରଙ୍କ ଅନ୍ତରୀଣ ସୁରକ୍ଷାକୁ ହଟାଇଦେବା ପରେ ତାଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା। ଏହାପରେ ତାଙ୍କ ପତ୍ନୀ ଓ ସହଯୋଗୀଙ୍କୁ ମଧ୍ୟ କ୍ରାଇମବ୍ରାଞ୍ଚ ଗିରଫ କରିବ ବୋଲି ସୂଚନା ରହିଛି।
ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଅନିୟମିତତା ଘଟଣାରେ ଏସଟିଏଫ୍ ଓ ଇଓଡବ୍ଲ୍ୟୁ କିଛି ଦିନ ଧରି ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଥିଲା। ଏହି ଘଟଣାରେ ରାଜାଙ୍କ ସହଯୋଗୀ ପ୍ରଭାତ ପଟ୍ଟନାୟକ ଓ ସୁଶାନ୍ତ ସାମଲଙ୍କୁ ଜେରା କରାଯାଇଥିଲା। ରାଜାଙ୍କ ଘର ଏବଂ କିଛି ବ୍ୟାବସାୟିକ ପ୍ରତିଷ୍ଠାନରେ ମଧ୍ୟ ଚଢ଼ଉ ହୋଇଛି। କେନ୍ଦୁଝରସ୍ଥିତ ରାଜାଙ୍କ ଘରେ ଇଓଡବ୍ଲ୍ୟୁର ଜଣେ ଅତିରିକ୍ତ ଏସ୍ପିଙ୍କ ନେତୃତ୍ବରେ ଗଠିତ ଟିମ ଚଢ଼ଉ କରିବା ସହ ପରିବାର ସଦସ୍ୟଙ୍କୁ ପଚରାଉଚରା କରିଥିଲେ। ସେହିପରି କେନ୍ଦୁଝର ସହରରେ ଥିବା ଶଙ୍କର ମିନେରାଲ୍ ଅଫିସରେ ମଧ୍ୟ ଚଢ଼ଉ କରାଯାଇ କାଗଜପତ୍ର ଯାଞ୍ଚ କରାଯାଇଥିଲା। ସେପଟେ ଗୁଆଲିସ୍ଥିତ ଜେଏସ୍ଡବ୍ଲ୍ୟ ଖଣିରେ ପୋଲିସ ଉପସ୍ଥିତିରେ ଇଓଡବ୍ଲ୍ୟୁ ଚଢାଉ କରିଥିଲା। ସେଠାରେ ରାଜାଙ୍କ ମାଲିକାନାରେ ଥିବା ଦୁଇଟି ସ୍କ୍ରିନିଂ ପ୍ଲାଣ୍ଟ ଓ ଗୋଟିଏ ପୋକ୍ଲିନ୍ ମେସିନ୍ ଜବତ କରାଯାଇଥିବା ସୂଚନା ମିଳିଥିଲା।
ଗତ ଦୁଇ ସପ୍ତାହ ଧରି ଇଓଡବ୍ଲ୍ୟୁ ଓ ଏସ୍ଟିଏଫ୍ ବିଭିନ୍ନ ସ୍ଥାନରେ ଚଢ଼ଉ କରି ଲୋଡିଂ ଏଜେନ୍ସିରେ ଚଢ଼ାଉ କରାଯାଇଥିଲା । ପୂର୍ବରୁ ଏହି ଘଟଣାରେ ଏଜେନ୍ସିର ପୂର୍ବତନ ସଭାପତି ମାନସ ରଞ୍ଜନ ବାରିକ ଓ ସଂପାଦକ ଉତ୍କଳ ଦାସଙ୍କୁ ଗିରଫ କରାଯାଇଛି। ଏଥିସହିତ ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ରକୁ ମଧ୍ୟ ଜବତ କରାଯାଇଛି। ସେମାନଙ୍କଠାରୁ ମିଳିଥିବା ତଥ୍ୟ ଆଧାରରେ ରାଜାଙ୍କୁ ଇଓଡବ୍ଳ୍ୟୁ ଜେରା କରିଥିଲା। ଏ ନେଇ ବିଭିନ୍ନ ଲୋକଙ୍କୁ ଜେରା କରାଯାଇଛି ।ଜେରା ବେଳେ ଏଜେନ୍ସିର ପୂର୍ବତନ ସଭାପତି ମାନସ ରଞ୍ଜନ ବାରିକ ଓ ସଂପାଦକ ଉତ୍କଳ ଦାସ ଆର୍ଥିକ ନେଣଦେଣର ଅନେକ ଗୁମର ଖୋଲିଛନ୍ତି । ରାଜା ଗିରଫ ହେଲା ପରେ ବିଜେଡି ଶିବିରରେ ଛନକା ପସିଛି । ରାଜାଙ୍କ ସହିତ ବିଜେଡିର ବହୁ ନେତାଙ୍କ ଲିଙ୍କ ଥିଲା ବେଳେ ଆଗକୁ ତଦନ୍ତ କେଉଁ ଦିଗକୁ ମୋଡ଼ିବ ତାକୁ ନେଇ ସମସ୍ତେ ସନ୍ଦେହରେ ପଡିଛନ୍ତି । ଅନ୍ୟ ପକ୍ଷରେ ବରିଷ୍ଠ ନେତା ବଦ୍ରୀ ପାତ୍ରଙ୍କ ବୟାନ ଏହି ଘଟଣାକୁ ଅଧିକ ରୋଚକ କରିଛି ।

Leave a comment

Your email address will not be published. Required fields are marked *