Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ନବ ଦାସ ହତ୍ୟା ମାମଲାରେ ନୂଆ ମୋଡ଼, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାହୁଛନ୍ତି ନବଙ୍କ ପତ୍ନୀ

ନବ ଦାସ ହତ୍ୟା ମାମଲାରେ ନୂଆ ମୋଡ଼, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାହୁଛନ୍ତି ନବଙ୍କ ପତ୍ନୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନବ ଦାସ ହତ୍ୟା ମାମଲା ନୂଆ ମୋଡ଼ ନେବାକୁ ଯାଉଛି। ନବଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ପରିବାର ଲୋକଙ୍କୁ ଲିଖିତ ଭାବେ ଦେବାକୁ ପଡ଼ିବ ବୋଲି ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ନିକଟରେ ବିବୃତି ଦେଇଥିଲେ । ସମ୍ଭବତଃ ନବଙ୍କ ପରିବାର ଏ ସଂକ୍ରାନ୍ତରେ ମନ ସ୍ଥିର କରି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଗତ ୧୧ ତାରିଖରେ ସ୍ବର୍ଗତ ନବ ଦାସଙ୍କ ପତ୍ନୀ ମିନତି ଦାସ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଥିବା ଜଣାପଡ଼ିଛି। ସିବିଆଇ ତଦନ୍ତ ପାଇଁ ଲିଖିତ ଆବେଦନ କରିବାକୁ ଚାହୁଁଥିବାରୁ ଶ୍ରୀମତୀ ଦାସ ଉକ୍ତ ଚିଠିରେ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତକାର ପାଇଁ ସମୟ ମାଗିଥିବା ଜଣାପଡ଼ିଛି। ଏ ନେଇ ସ୍ବର୍ଗତ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ଉଭୟ ଇ-ମେଲ୍‌ ଓ ଡାକ ଯୋଗେ ଚିଠି ପଠାଇ ସାକ୍ଷାତକାର ନିମନ୍ତେ ସମୟ ମଗାଯାଇଛି ବୋଲି ସ୍ୱୀକାର କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆବେଦନପତ୍ର ଦେବାକୁ ସ୍ଥିର ହୋଇଥିବା ମଧ୍ୟ କହିଛନ୍ତି ସ୍ୱର୍ଗତ ଦାସଙ୍କ ପୁଅ ବିଶାଳ ।

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ଇତିମଧ୍ୟରେ ୨ ବର୍ଷ ବିତି ଯାଇଛି । ଏପଟେ ମାମଲାର କ୍ରାଇମ୍‌ବ୍ରାଞ୍ଚର ତଦନ୍ତ ସନ୍ଦେହଜନକ ହୋଇଛି । ଶାସକ ବିଜେପି ଦଳ ନେତାମାନେ ମଧ୍ୟ ସେ ସମୟରେ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଉପରେ ପ୍ରଶ୍ନ ଉଠାଇଥିଲେ। ଯାହାକୁ କେନ୍ଦ୍ର କରି ତଦନ୍ତକୁ ନେଇ କୌଣସି ଆପତ୍ତି ଅଭିଯୋଗ ଥିଲେ କ୍ରାଇମ୍‌ବ୍ରାଞ୍ଚ ସମ୍ମୁଖରେ ହାଜର ହୋଇ ଜଣାଇବାକୁ ନିକଟରେ ପୁଅ ବିଶାଳ ଓ ଝିଅ ତଥା ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କୁ ନୋଟିସ୍‌ ହୋଇଥିଲା। କିନ୍ତୁ ଉଭ‌ୟ ହାଜର ନ ହୋଇ ସମୟ ମାଗିଥିଲେ। ଏହା ଏକ ସମ୍ବେଦନଶୀଳ ଘଟଣା ହୋଇଥିବାରୁ ନିରପେକ୍ଷ ତଦନ୍ତ ପାଇଁ ମାମଲା ସିବିଆଇକୁ ହସ୍ତାନ୍ତର କରିବାକୁ ଦାବି ହେଉଥିଲା। ନିକଟରେ ଉଭୟ ବିଶାଳ ଓ ଦୀପାଳି ସିବିଆଇ ତଦନ୍ତ ପାଇଁ ଲିଖିତ ଆକାରରେ ଆବେଦନ କରିବେ ବୋଲି ମଧ୍ୟ ବିବୃତି ଦେଇଥିଲେ। ମାତ୍ର ଆବେଦନ ପାଇଁ ବିଳମ୍ବକୁ କେନ୍ଦ୍ର କରି ବିଭିନ୍ନ ମହଲରୁ ନବଙ୍କ ପରିବାର ସଦସ୍ୟଙ୍କୁ ସମାଲୋଚନାର ସମ୍ମୁଖିନ ହେବାକୁ ପଡୁଛି । ଏପରି ସ୍ଥିତିରେ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାହୁଁଥିବା କହିବା ଚର୍ଚ୍ଚାର ବିଷୟ ହୋଇଛି ।

Leave a comment

Your email address will not be published. Required fields are marked *