Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ବେସରକାରୀ ଘରୋଇ ବିଦ୍ୟାଳୟ ମାନଙ୍କରେ ଅହେତୁକ ଫିସ ବୃଦ୍ଧି, ଚିନ୍ତାରେ ଅବିଭାବକ

ବେସରକାରୀ ଘରୋଇ ବିଦ୍ୟାଳୟ ମାନଙ୍କରେ ଅହେତୁକ ଫିସ ବୃଦ୍ଧି, ଚିନ୍ତାରେ ଅବିଭାବକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବର୍ତ୍ତମାନ ସମୟରେ ସରକାରୀ ବିଦ୍ୟାଳୟ ଗୁଡିକ ଅପେକ୍ଷା ଘରୋଇ ବିଦ୍ୟାଳୟ ଗୁଡିକରେ ନିଜ ପିଲାମାନଙ୍କୁ ପାଠ ପଢ଼ାଇବାକୁ ଅବିଭାବକ ମାନେ ଅଧିକ ଆଗ୍ରହୀ ହେଉଛନ୍ତି । ଆଉ ଯାହାର ଭରପୁର ସୁଯୋଗ ନେଉଛନ୍ତି ଘରୋଇ ବିଦ୍ୟାଳୟ ଗୁଡିକ । ସରକାର ସରକାରୀ ବିଦ୍ୟାଳୟ ଗୁଡିକର ଭିତ୍ତିଭୂମିରେ ବିକାଶ କରୁଥିଲା ବେଳେ ବିଭିନ୍ନ ସମସ୍ୟା ଦେଇ ବିଦ୍ୟାଳୟ ଗୁଡିକ ଗତି କରୁଛି । ମଧ୍ୟାହ୍ନ ଭୋଜନ ନାମରେ ପିଲାଙ୍କୁ ଆକର୍ଷିତ କରିବାର ଉଦ୍ୟମ ହେଉଥିଲା ବେଳେ ଶିକ୍ଷକ ଅଭାବ ସମସ୍ୟାର ସମାଧାନ କରିବାରେ ସରକାର ବିଫଳ ହେଉଛନ୍ତି । ସରକାରୀ ବିଦ୍ୟାଳୟ ଗୁଡିକରେ ଯେଉଁ ଶିକ୍ଷକ ଶିକ୍ଷୟତ୍ରୀ ରହିଛନ୍ତି ସେମାନେ ଉନ୍ନତ ମାନର ଶିକ୍ଷା ପ୍ରଦାନରେ ଅସମର୍ଥ ହେଉଥିବା ଅଭିଯୋଗ ମଧ୍ୟ ରହିଛି ।

ପ୍ରତିଦ୍ୱନ୍ଦିତା ମୂଳକ ଶିକ୍ଷାରେ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀ ପଛରେ ପଡୁଛନ୍ତି । ବିଭିନ୍ନ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସରକାରୀ ବିଦ୍ୟାଳୟ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହେବାରେ ଅସଫଳ ହେଉଛନ୍ତି । ବିଶେଷ କରି ବିଜ୍ଞାନ, ଇଂରାଜୀ ଓ ଗଣିତରେ ସରକାରୀ ବିଦ୍ୟାଳୟ ଛାତ୍ରଛାତ୍ରୀ ପଛରେ ରହିବା ଅବିଭାବକଙ୍କ ଚିନ୍ତାର କାରଣ ହୋଇଛି । ତେଣୁ ଅବିଭାବକ ମାନେ ନିଜ ପିଲାଙ୍କ ଭବିଷ୍ୟତ କୁ ନେଇ ଚିନ୍ତା ପ୍ରକଟ କରିବା ସହିତ ବେସରକାରୀ ଘରୋଇ ବିଦ୍ୟାଳୟ ଗୁଡିକରେ ପଢ଼ାଇବାକୁ ନିଷ୍ପତ୍ତି ନେଉଛନ୍ତି । ତେଣୁ ସରକାରୀ ବିଦ୍ୟାଳୟ ଅପେକ୍ଷା ଘରୋଇ ବିଦ୍ୟାଳୟ ଗୁଡିକରେ ଛାତ୍ରଛାତ୍ରୀଙ୍କ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧି ପାଇବା ଦେଖିବାକୁ ମିଳିଛି । ବିଶେଷ କରି ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଗୁଡିକରେ ଅଧିକ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି। ଅନ୍ୟ ପକ୍ଷରେ ଏହାର ଭରପୁର ସୁଯୋଗ ନେଉଛନ୍ତି ଘରୋଇ ବିଦ୍ୟାଳୟ ଗୁଡିକର ମାଲିକ ମାନେ । ବିଭିନ୍ନ ବିଦ୍ୟାଳୟରେ ଆନୁଷଙ୍ଗିକ ବ୍ୟବସ୍ଥା ନଥିଲା ବେଳେ ପ୍ରଚାରକୁ ମାଧ୍ୟମ କରି ଅବିଭାବକଙ୍କୁ ଆକୃଷ୍ଟ କରୁଛନ୍ତି । ସର୍ବାଧିକ ବିଦ୍ୟାଳୟର ଖେଳ ପଡିଆ ମଧ୍ୟ ନାହିଁ । ଏହା ସହିତ ଶୌଚାଳୟ ସମସ୍ୟା, କ୍ଳାସ ରୁମରେ ଫ୍ୟାନ ନ ଚାଲିବା, ଗୋଟିଏ ଗୋଟିଏ ଶ୍ରେଣୀରେ ଅଧିକ ଛାତ୍ରଛାତ୍ରୀଙ୍କୁ ବସାଇ ପଢ଼ାଇବା ସହିତ ସର୍ବାଧିକ ଅନଭିଜ୍ଞ ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ଶିକ୍ଷାଦାନ କରୁଥିବାର ଅଭିଯୋଗ ରହିଛି । ଏହା ସହିତ ବିଭିନ୍ନ ବିଦ୍ୟାଳୟରେ ବିଶୁଦ୍ଧ ପାନୀୟ ଜଳର ପର୍ଯ୍ୟାପ୍ତ ସୁବିଧା ମଧ୍ୟ ନଥିବାର ଅଭିଯୋଗ ହୋଇଛି ।

ହେଲେ ଏତେ ସବୁ ସମସ୍ୟା ଭିତରେ ବିଦ୍ୟାଳୟ ଗୁଡିକ ଛାତ୍ରଛାତ୍ରୀଙ୍କ ଠାରୁ ମନ ଇଚ୍ଛା ଫିସ ଆଦାୟ କରୁଛନ୍ତି । ଆଡ଼ମିଶନ, ରି-ଆଡ଼ମିଶନ ବାବଦରେ ମନ ଇଚ୍ଛା ହଜାର ହଜାର ଟଙ୍କା ଆଦାୟ ହେଉଥିଲା ବେଳେ ଟିଉସନ ଫିସ ବାବଦରେ ମଧ୍ୟ ମାସିକ ହଜାର ହଜାର ଟଙ୍କା ଆଦାୟ ହେଉଛି । ହେଲେ ଏହା ଉପରେ ସ୍କୁଲ ଓ ଗଣ ଶିକ୍ଷା ବିଭାଗର ଆଦୌ ନଜର ନାହିଁ । ଯାହା ଫଳରେ ଘରୋଇ ବିଦ୍ୟାଳୟ ଗୁଡିକ ଏକ ପ୍ରକାର ମନମାନି ଚଳାଇଛନ୍ତି । ଏ ନେଇ ସରକାର ଉଚ୍ଚସ୍ତରୀୟ ତଦନ୍ତ କରି ପଦକ୍ଷେପ ନେବାକୁ ଅବିଭାବକ ମହଲରେ ଦାବି ହୋଇଛି ।

Leave a comment

Your email address will not be published. Required fields are marked *