orissaleads

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

Blog Post

orissaleads > ରାଜ୍ୟ > ସ୍ବେଚ୍ଛାକୃତ ଅବସର ନେଲେ ଆଇଏଏସ୍ ସୁଜାତା କାର୍ତ୍ତିକେୟନ, ବିଜେଡିରେ ମିଶିବା ଚର୍ଚ୍ଚା

ସ୍ବେଚ୍ଛାକୃତ ଅବସର ନେଲେ ଆଇଏଏସ୍ ସୁଜାତା କାର୍ତ୍ତିକେୟନ, ବିଜେଡିରେ ମିଶିବା ଚର୍ଚ୍ଚା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଇଏଏସ ଭି.କେ ପାଣ୍ଡିଆନଙ୍କ ପତ୍ନୀ ଆଇଏଏସ୍‌ ସୁଜାତା କାର୍ତ୍ତିକେୟନ ଭିଆରଏସ୍‌ ନେଇଥିବାର ସୂଚନା ମିଳୁଛି। ସୁଜାତା ପୂର୍ବରୁ ସ୍ବେଚ୍ଛାକୃତ ଅବସର ଲାଗି ଆବେଦନ କରିଥିଲେ ଏବଂ ତାଙ୍କ ଆବେଦନକୁ କେନ୍ଦ୍ର ସରକାର ମଞ୍ଜୁରୀ ଦେଇଥିବା ସୂଚନା ମିଳିଛି। ହେଲେ ଏ ନେଇ ଖୁବ ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଜଣା ଯାଇଛି । ସ୍ୱଚ୍ଛାକୃତ ଅବସର ପରେ ସୁଜାତା ବିଜେଡିରେ ଯୋଗଦେଇ ପାରନ୍ତି ବୋଲି ମଧ୍ୟ ଚର୍ଚ୍ଚା ହେଉଛି ।

ଭିଆରଏସ୍‌ ନେବା ପୂର୍ବରୁ ଆଇଏଏସ୍‌ ସୁଜାତା କାର୍ତ୍ତିକେୟନ ରାଜ୍ୟ ସରକାରଙ୍କ ପାଖରେ ଛଅ ମାସ ଛୁଟି ପାଇଁ ଆବେଦନ କରିଥିଲେ । କିନ୍ତୁ ରାଜ୍ୟ ସରକାର ତାଙ୍କ ଛୁଟି ମଞ୍ଜୁର ନ କରି ତାଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ଦେଇଥିଲେ । ଏହା ପରେ ସେ ସ୍ବେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ। ତାଙ୍କ ଆବେଦନକୁ କେନ୍ଦ୍ର ସରକାର ଅନୁମୋଦନ କରିଥିବାରୁ ସ୍ବେଚ୍ଛାକୃତ ଅବସର ପରେ ସେ କଣ କରିବେ ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ତାଙ୍କ ସ୍ୱାମୀ ଭିକେ ପାଣ୍ଡିଆନ ଏକ ବୈଦେଶିକ କମ୍ପାନୀରେ ଚାକିରି କରିବେ ବୋଲି ଚର୍ଚ୍ଚା ହେଉଥିଲା ବେଳେ ସେ ତାଙ୍କ ସହିତ ଓଡ଼ିଶା ଛାଡିବେ ନା ବିଜେଡିରେ ସାମିଲ ହେବେ ସେ ନେଇ ବିଭିନ୍ନ ଚର୍ଚ୍ଚା ହେଉଛି । ସୁଜାତା କାର୍ତ୍ତିକେୟନ ବିଜେଡି ସରକାରରେ ଖୁବ ପ୍ରଭାବଶାଳୀ ଥିଲେ। ହେଲେ ନିର୍ବାଚନ ସମୟରେ ତାଙ୍କ ବିରୁଦ୍ଧରେ ଅଭିଯୋଗ ହୋଇଥିଲା । ରାଜ୍ୟରେ ବିଜେପି ସରକାରକୁ ଆସିବା ପରେ ସେ ସରକାରଙ୍କ ସହିତ ଖାପ ଖୁଆଇ ଚଳି ପାରୁ ନଥିବା କୁହାଯାଉଛି । ଯାହା ତାଙ୍କ ସ୍ବେଛାକୃତ ଅବସରର କାରଣ ବୋଲି କୁହାଯାଉଛି ।

୨୦୦୦ ମସିହାରେ ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମୟରେ ସୁଜାତାଙ୍କ ଆଇଏଏସ୍ କ୍ୟାରିୟର ଆରମ୍ଭ ହୋଇଥିଲା । ସେ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର କମିଶନର ଓ ସଚିବ ଭାବେ କାର୍ଯ୍ୟ କରିଥିଲେ, ଯାହା ମହିଳା ସଶକ୍ତିକରଣ ପାଇଁ ନବୀନ ପଟ୍ଟନାୟକଙ୍କ ଦ୍ୱାରା ୨୦୦୧ରେ ଆରମ୍ଭ ହୋଇଥିଲା । ଏହି ବିଭାଗରେ କାର୍ଯ୍ୟ କରିବା ସମୟରେ ସେ ଅତ୍ୟନ୍ତ କ୍ଷମତାଶାଳୀ ଥିଲେ ।

Leave a comment

Your email address will not be published. Required fields are marked *