Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ବାରଗାଡ଼ିଆ ଦଳିତ ସାହି ସହିତ କଳିଙ୍ଗନଗର ସମସ୍ୟା ନେଇ ପୂର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡାଇଙ୍କ ଆଲୋଚନା

ବାରଗାଡ଼ିଆ ଦଳିତ ସାହି ସହିତ କଳିଙ୍ଗନଗର ସମସ୍ୟା ନେଇ ପୂର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡାଇଙ୍କ ଆଲୋଚନା

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଅଧିନ ବାରଗାଡ଼ିଆ ଦଳିତ ବସ୍ତିର ବିସ୍ଥାପନ ନେଇ ଦେଖା ଦେଇଥିବା ସମସ୍ୟା ସହିତ କଳିଙ୍ଗନଗରର ଅନ୍ୟାନ୍ୟ ସମସ୍ୟା ନେଇ କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳଙ୍କ ସହିତ ଆଲୋଚନା କରିଛନ୍ତି ପୂର୍ବତନ ବିଧାୟକ ତଥା ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଆଜି ଏହି ଆଲୋଚନା ସମୟରେ ଇଂ ଘଡାଇ ଟାଟାର ଦୁଇଟି କମ୍ପାନୀ ମଧ୍ୟ ସ୍ଥଳରେ ଥିବା ଏହି ଦଳିତ ବସ୍ତି ବାସିନ୍ଦାଙ୍କ ସମସ୍ୟା ନେଇ ଆଲୋଚନା କରିଥିଲେ । ପୂର୍ବ ସରକାର ସମୟରେ ଆରପିଡିଏସି ବୈଠକରେ ଏହି ବସ୍ତି ବାସିନ୍ଦାଙ୍କ ବିସ୍ଥାପନ ନେଇ ଆଲୋଚନା ହେବା ସହିତ ଓଳିଆ ଗ୍ରାମ ପଞ୍ଚାୟତରେ ଥିବା ଇଡ଼କୋ ଜମିରେ ବାସଗୃହ ନିର୍ମାଣ କରିବାକୁ ନିଷ୍ପତ୍ତି ନିଆ ଯାଇଥିଲା ବୋଲି ପ୍ରକାଶ କରିଥିଲେ । ଏହା ସହିତ ବର୍ଷାଧିକ କାଳ ହେଲା ଏହି ବସ୍ତି ଲୋକଙ୍କୁ ବିସ୍ଥାପନ କରାଯାଇ ପାରି ନଥିବାରୁ ଉଦବେଗ ପ୍ରକାଶ କରିଥିଲେ । ସେମାନେ ବିସ୍ଥାପିତ ହୋଇ ନ ପାରିବାରୁ ଉଭୟ ଶିଳ୍ପର ଧୂଳି, ଧୂଆଁ ଓ ପ୍ରଦୂଷଣ ଫଳରେ ବସ୍ତିର ବହୁ ଲୋକ ବିଭିନ୍ନ ମାରାତ୍ମକ ରୋଗରେ ପୀଡିତ ହେଉଥିବା ବେଳେ କିଛି ଲୋକଙ୍କ ମୃତ୍ୟୁ ହୋଇଥିବା ପ୍ରକାଶ କରିଥିଲେ । ଏ ନେଇ ସରକାର ଓ ଜିଲ୍ଲା ପ୍ରଶାସନ ତ୍ୱରିତ ପଦକ୍ଷେପ ନେବାକୁ ସେ ଦାବି କରିଥିଲେ । ଆଲୋଚନା ସମୟରେ ସାରଙ୍ଗପୁର ଗ୍ରାମର ବିସ୍ଥାପନ ସମସ୍ୟାର ତୁରନ୍ତ ସମାଧାନ କରିବାକୁ ମଧ୍ୟ ଦାବି ଉପସ୍ଥାପନ କରିଥିଲେ । ଏହା ସହିତ ଆଲୋଚନା ସମୟରେ କଳିଙ୍ଗ ନଗରର ଅନ୍ୟାନ୍ୟ ସମସ୍ୟା ବିଷୟରେ ମଧ୍ୟ ଆଲୋକପାତ କରି ସରକାର ପଦକ୍ଷେପ ନେବା ଜରୁରୀ ବୋଲି କହିଥିଲେ ଇଂ ଘଡାଇ । କଳିଙ୍ଗନଗର ଅଞ୍ଚଳରେ ଟ୍ରାଫିକ ସମସ୍ୟା ଉତ୍କଟ ସମସ୍ୟା ହୋଇ ଛିଡା ହୋଇଥିବା ବେଳେ ଦୁର୍ଘଟଣାରେ ବହୁ ଜୀବନ ଯାଉଥିବା କହି କ୍ଷୋଭ ପ୍ରକାଶ କରିଥିଲେ । ବିଶେଷ କରି ଦାନଗଦିରୁ ବଙ୍ଗଳା ଛକ ଓ ଦାନଗଦି-ଡୁବୁରୀ ରାସ୍ତା ମରଣ ଜନ୍ତା ପାଲଟି ଜୀବନ ନେଉଥିବା କହିଥିଲେ । ଏହାର ସ୍ଥାୟୀ ପ୍ରତିକାର ପାଇଁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେବା ସହିତ ଦୈନିକ କିଭଳି ଦୁର୍ଘଟଣା ରୋକା ଯାଇ ପାରିବ ସେ ନେଇ ପଦକ୍ଷେପ ନେବାକୁ ଦାବି କରିଥିଲେ । ଏହା ସହିତ କଳିଙ୍ଗ ନଗରକୁ ଆସୁଥିବା ବିଭିନ୍ନ କମ୍ପାନୀ ସ୍ଥାନୀୟ ଯୁବକ ଯୁବତୀ ମାନଙ୍କ ନିଯୁକ୍ତିକୁ ନିଶ୍ଚିତ କରିବାକୁ ଜିଲ୍ଲା ପ୍ରଶାସନ ପଦକ୍ଷେପ ନେବା ସହିତ ବ୍ୟାପକ ବୃକ୍ଷ ରୋପଣ ସହିତ ପରିବେଶ ପ୍ରତି ଗୁରୁତ୍ୱ ଦେବାକୁ ଦାବି କରିଥିଲେ । ଏ ନେଇ ନିଜ ପ୍ରତିକ୍ରିୟାରେ ଇଂ ଘଡାଇ କହିଛନ୍ତି ପୂର୍ବ ସରକାର ସମୟରେ ନିଆ ଯାଇଥିବା ବିଭିନ୍ନ ନିଷ୍ପତ୍ତି କାର୍ଯ୍ୟକାରୀ ନ ହୋଇ ପଡି ରହିଛି । ଯାହା ସ୍ଥାନୀୟ ଲୋକଙ୍କ ସମସ୍ୟାକୁ ଦ୍ବିଗୁଣିତ କରୁଛି । ଏହା ସହିତ ଟ୍ରାଫିକ ସମସ୍ୟା ସୁଧାରିବା ସହିତ ସ୍ଥାନୀୟ ଅଞ୍ଚଳର ଯୁବକ ଯୁବତୀ କିଭଳି ସ୍ଥାୟୀ ନିଯୁକ୍ତି ପାଇବେ ସେ ନେଇ ଆଲୋଚନା କରିଛୁ । ଏ ନେଇ ସରକାର ତୁରନ୍ତ ପଦକ୍ଷେପ ନେବା ଜରୁରୀ ହୋଇଛି, ଏଥିରେ ଟାଳଟୁଳ ନୀତି ଅବଲମ୍ବନ କଲେ ଆମେ ରାଜ ରାସ୍ତାକୁ ଓହ୍ଲାଇବୁ ବୋଲି ମଧ୍ୟ ଚେତାବନୀ ଦେଇଛନ୍ତି ଇଂ ଘଡାଇ ।

Leave a comment

Your email address will not be published. Required fields are marked *