Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ମାଓବାଦୀଙ୍କ ସ୍ଥିତି ନେଇ ସରକାର ସ୍ପଷ୍ଟୀକରଣ ରଖନ୍ତୁ- ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ

ମାଓବାଦୀଙ୍କ ସ୍ଥିତି ନେଇ ସରକାର ସ୍ପଷ୍ଟୀକରଣ ରଖନ୍ତୁ- ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗୋଟିଏ ସମୟରେ ଓଡ଼ିଶା ମାଓବାଦୀ ମୁକ୍ତ ରାଜ୍ୟ ଭାବେ ଘୋଷଣା ହୋଇଥିଲା । ହେଲେ ବିଜେପି ସରକାର କ୍ଷମତାକୁ ଆସିଲାର ମାତ୍ର ଦଶ ମାସ ମଧ୍ୟରେ ରାଜ୍ୟର ତିନିଟି ଜିଲ୍ଲା ଢେଙ୍କାନାଳ, କେନ୍ଦୁଝର ଓ ଯାଜପୁରରେ ମାଓବାଦୀଙ୍କ ଗତିବିଧି ବୃଦ୍ଧି ପାଇଥିବା ବିଭିନ୍ନ ଗଣ ମାଧ୍ୟମରେ ପ୍ରକାଶ ପାଇଛି । ହେଲେ ଏହାକୁ ରୋକିବା ପାଇଁ ସରକାର କୌଣସି ପଦକ୍ଷେପ ନେଉ ନଥିବା ଅଭିଯୋଗ କରି ସ୍ପଷ୍ଟୀକରଣ ଚାହିଁଛନ୍ତି ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ।

ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ଇଂ ଘଡାଇ କହିଛନ୍ତି ୨୦୧୩ ମସିହାରେ ରାଜ୍ୟ ମାଓ ମୁକ୍ତ ରାଜ୍ୟ ଭାବେ ଘୋଷଣା ହୋଇଥିଲା । ହେଲେ ବିଜେପି ସରକାର ଆସିବାର ଦଶ ମାସ ମଧ୍ୟରେ ରାଜ୍ୟରେ ମାଓବାଦୀଙ୍କ ଗତିବିଧି ବୃଦ୍ଧି ପାଇଛି । ମାଓବାଦୀ ମାନେ ଖୋଲାରେ ଅସ୍ତ୍ର ଶସ୍ତ୍ର ଧରି ବୁଲୁଥିଲା ବେଳେ ଲୋକଙ୍କୁ ନିଜ ଦଳରେ ସାମିଲ କରିବାର ଉଦ୍ୟମ ଆରମ୍ଭ କରିଛନ୍ତି । ଏହା ସହିତ ସେମାନେ ସ୍ଥାନୀୟ ଅଞ୍ଚଳରୁ ଚାନ୍ଦା ଆଦାୟ କରିବା ମଧ୍ୟ ଆରମ୍ଭ କରିଛନ୍ତି । ବିଧାନସଭାରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ରାଜ୍ୟରେ ୧୨୦ ଜଣ ମାଓବାଦୀ ସକ୍ରିୟ ଅଛନ୍ତି । ୨୦୨୬ ସୁଦ୍ଧା ରାଜ୍ୟକୁ ମାଓବାଦୀ ମୁକ୍ତ କରାଯିବା ଲକ୍ଷ ରଖାଯାଇଛି । ଏହି ପରିପ୍ରେକ୍ଷୀରେ ରାଜ୍ୟର ଅନ୍ତରୀଣ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ରାଜ୍ୟର ଅନ୍ତରୀଣ ସୁରକ୍ଷା ବିପଦ ଆଡ଼କୁ ଯାଉଥିଲା ବେଳେ ରାଜ୍ୟ ଗୃହ ବିଭାଗ ଓ ପୋଲିସ କୌଣସି ପଦକ୍ଷେପ ନେବାରେ ବିଫଳ ହୋଇଥିବା ସେ ଆରୋପ ଲଗାଇଛନ୍ତି ।

ସେ ଆହୁରି ମଧ୍ୟ କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଯୋଗୁ ଓଡ଼ିଶା ମାଓବାଦୀ ମୁକ୍ତ ହୋଇଥିଲା । ହେଲେ ମାତ୍ର ବାର ମାସ ମଧ୍ୟରେ ମାଓବାଦୀ ନିଜର ଉପସ୍ଥିତି ପୁଣି ଜାହିର କରିଛନ୍ତି । ମାଓବାଦୀ ଗତିବିଧି ବୃଦ୍ଧି ଯୋଗୁ ରାଜ୍ୟର ଅନ୍ତରୀଣ ସୁରକ୍ଷା ବିପର୍ଯ୍ୟସ୍ତ ହେବାର ଆଶଙ୍କା ଯେ ରହିଛି ତାହା ନୁହେଁ ବରଂ ରାଜ୍ୟରେ ହେବାକୁ ଯାଉଥିବା ପୁଞ୍ଜି ନିବେଶକୁ ପ୍ରତିହତ କରିବା ସହିତ ରାଜ୍ୟର ପ୍ରଗତିକୁ ମଧ୍ୟ ଗତିରୋଧ କରିବ । ବିଶେଷ କରି ରାଜ୍ୟର ଯାଜପୁର, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ ଏହି ପୁଞ୍ଜି ନିବେଶର ପ୍ରସ୍ତାବ ରହିଛି । ରାଜ୍ୟର ଅନ୍ତରୀଣ ସୁରକ୍ଷା ବିପର୍ଯ୍ୟସ୍ତ ହେଲେ ପୁଞ୍ଜି ନିବେଶକାରୀ ଓହରି ଯିବାର ଆଶଙ୍କା ରହିଛି । ଶ୍ରୀ ଘଡାଇ ଆହୁରି ମଧ୍ୟ କହିଛନ୍ତି ରାଜ୍ୟର ଡବଲ ଇଞ୍ଜିନ ସରକାର ବିଭିନ୍ନ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛନ୍ତି । ହେଲେ ରାଜ୍ୟବାସୀଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ ହୋଇଛି । ଏପରି ସ୍ଥଳେ ମାଓ ଦମନ ପାଇଁ ସରକାର କି ପଦକ୍ଷେପ ନେଇଛନ୍ତି ସେ ନେଇ ସ୍ପଷ୍ଟୀକରଣ ଦେବା ଜରୁରୀ ହୋଇଛି ।

Leave a comment

Your email address will not be published. Required fields are marked *