Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ଅଙ୍କ ଛିଣ୍ଡୁ ନାହିଁ, ତିନି ଦଳ ସଂଗଠନ ଆଗକୁ ବଢୁନାହିଁ

ଅଙ୍କ ଛିଣ୍ଡୁ ନାହିଁ, ତିନି ଦଳ ସଂଗଠନ ଆଗକୁ ବଢୁନାହିଁ

ଓଡ଼ିଶା ଲିଡ୍ସ(ବ୍ୟୁରୋ): କେଉଁ ଦଳ ମଙ୍ଗୁଆଳ ନେଇ ନିଷ୍ପତ୍ତି ନେଇ ପାରୁ ନାହିଁ ତ ଆଉ କେଉଁ ଦଳ ଛାମୁଁଆ ସଂଗଠନ ଗଢି ପାରୁନାହିଁ । ରାଜ୍ୟର ତିନି ପ୍ରମୁଖ ଦଳରେ ସମାନ ସ୍ଥିତି ଦେଖିବାକୁ ମିଳିଛି । ଶାସକ ଦଳ ବିଜେପି ରାଜ୍ୟ ସଭାପତିଙ୍କ ନାମ ଘୋଷଣା କରି ପାରୁ ନଥିଲା ବେଳେ ବିଜେଡି ଓ କଂଗ୍ରେସର ସଭାପତି ଥାଇ ମଧ୍ୟ ଛାମୁଆ ସଂଗଠନ ଗଠନ ହେଇ ପାରୁ ନାହିଁ । ଏଭଳି ସ୍ଥିତି ଏବେ ରାଜ୍ୟ ରାଜନୀତିରେ ଚର୍ଚ୍ଚାର ବିଷୟ ହୋଇଛି । ତେବେ ସବୁଠାରୁ ଚର୍ଚ୍ଚାରେ ରହିଛି ମୁଖ୍ୟ ଵିରୋଧି ଦଳ ବିଜୁ ଜନତା ଦଳ। ଗତ ମାସ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସାରିବାକୁ ଦଳ ନିର୍ବାଚନ କମିଶନଙ୍କ ଠାରୁ ସମୟରେ ମାଗିଥିଲା କିନ୍ତୁ ମାସ ସରିଥିଲେ ମଧ୍ୟ ରାଜ୍ୟ କାର୍ଯ୍ୟକାରିଣୀ ଘୋଷଣା କରି ପାରୁ ନାହିଁ ବିଜୁ ଜନତା ଦଳ । ଦଳ ଭିତରେ ଗୋଷ୍ଠି କନ୍ଦଳ ବଢୁଥିଲା ବେଳେ ରାଜ୍ୟ କାର୍ଯ୍ୟକାରିଣୀ ଗଠନ ଦଳ ପାଇଁ ଆହ୍ୱାନ ସୃଷ୍ଟି କରିଛି । ହେଲେ ରାଜ୍ୟ କାର୍ଯ୍ୟକାରିଣୀ ଗଠନରେ ବିଳମ୍ବ ହେବା ଦ୍ୱାରା ଗୋଷ୍ଠୀ କନ୍ଦଳ ଆହୁରି ତେଜୁଛି। ଓଡ଼ିଶା କଂଗ୍ରେସରେ ବି ସମାନ ସ୍ଥିତି । କମିଟି ଅଙ୍କ ଛିଡି ପାରୁନଥିବା ବେଳେ ଦଳୀୟ ନେତାଙ୍କ ମଧ୍ୟରେ ଛକା ପଞ୍ଝା ଲାଗିରହିଛି । ରାଜ୍ୟ ବିଜେପିର ନୂଆ ସଭାପତି ମଧ୍ୟ ଏଯାଏଁ ଚୟନ ହୋଇପାରିନି। ଘୋଷଣା ତାରିଖ ଗାଡି ଚାଲୁଥିଲା ବେଳେ ଦଳୀୟ ନେତା ଓ କର୍ମୀ ଆଶଙ୍କା ଭିତରେ ଗତି କରୁଛନ୍ତି ।

ଗତ ଏପ୍ରିଲ ୧୯ ତାରିଖରେ ବିଜେଡି ସଭାପତି ନିର୍ବାଚନ ହୋଇଥିଲା। ନବୀନ ନିର୍ଦ୍ବନ୍ଦ୍ବରେ ନବମ ଥର ପାଇଁ ସଭାପତି ଭାବେ ନିର୍ବାଚିତ ହୋଇଥିଲେ । ଦଳର ନିୟମ ଅନୁଯାୟୀ ୩୫୫ ଜଣ ସଦସ୍ୟଙ୍କୁ ନେଇ ରାଜ୍ୟ ପରିଷଦ ଓ ୮୧ ଜଣ ସଦସ୍ୟଙ୍କୁ ନେଇ ରାଜ୍ୟ କାର୍ଯ୍ୟକାରିଣୀ ଗଠନ ହେବା କଥା। ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସଭାପତି ନିର୍ବାଚିତ କରିବା କଥା । ବିଜେଡି ସଭାପତି ନିର୍ବାଚନ ସରିଥିଲେ ବି ରାଜ୍ୟ କାର୍ଯ୍ୟକାରିଣୀ ଓ ପରିଷଦରେ କିଏ ଅଛନ୍ତି ତାହା ସ୍ପଷ୍ଟ ହୋଇ ନାହିଁ । ବିଜେଡିର ଗୋଟିଏ ଗୋଷ୍ଠି ଜାଣିଶୁଣି କାର୍ଯ୍ୟକାରିଣୀ ତାଲିକାକୁ ଲୁଚାଯାଉଛି ବୋଲି ଅଭିଯୋଗ କରୁଛନ୍ତି । ସେପଟେ ଦଳ କହୁଛି, ଠିକ୍ ସମୟରେ ଦଳ ସଭାପତି ଏ ନେଇ ନିଷ୍ପତ୍ତି ନେବେ।

ପୁରାତନ ଦଳ କଂଗ୍ରେସର ମଙ୍ଗ ଧରିଛନ୍ତି ପୁରୁଖା ତଥା ଅନୁଭବୀ ନେତା ଭକ୍ତ ଦାସ । ଦଳ ରାଜ୍ୟ ସଭାପତି ହେବା ପରେ ଦଳରେ ପ୍ରାଣ ସଞ୍ଚାର ହୋଇଛି । ଭକ୍ତ ସମସ୍ତଙ୍କୁ ନେଇ ଚାଲିବାର ଉଦ୍ୟମ କରୁଥିବା ବେଳେ ଦଳ ମଧ୍ୟରେ ଉତ୍ସାହ ଦେଖାଦେଇଛି । ହେଲେ ବିଜେଡି ଭଳି ଦଳ ରାଜ୍ୟ କାର୍ଯ୍ୟକାରିଣୀ ଗଠନ ହେବାରେ ବିଳମ୍ବ ହେବା ଦଳୀୟ ନେତା ଓ କର୍ମୀଙ୍କୁ ନିରାଶ କରୁଛି ।

Leave a comment

Your email address will not be published. Required fields are marked *