Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଧର୍ମଶାଳା ବ୍ଳକର ୧୪୫ ଜଣ ହିତାଧିକାରୀଙ୍କୁ ଯୋଗାଣ ମନ୍ତ୍ରୀଙ୍କ ରାସନ କାର୍ଡ ବଣ୍ଟନ

ଧର୍ମଶାଳା ବ୍ଳକର ୧୪୫ ଜଣ ହିତାଧିକାରୀଙ୍କୁ ଯୋଗାଣ ମନ୍ତ୍ରୀଙ୍କ ରାସନ କାର୍ଡ ବଣ୍ଟନ

ଓଡ଼ିଶା ଲିଡ୍ସ(ଯାଜପୁର): ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଧର୍ମଶାଳା ବ୍ଲକର ୪୫ ଗୋଟି ପଞ୍ଚାୟତର ୧୪୫ ଜଣ ନୂତନ ହିତାଧିକାରୀଙ୍କୁ ରାସନ କାର୍ଡ ବଣ୍ଟନ କରିଛନ୍ତି ରାଜ୍ୟ ଖାଉଟି କଲ୍ୟାଣ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଜାରକା ସ୍ଥିତ ଧର୍ମଶାଳା ଷ୍ଟାଡିୟମ ପରିସରରେ ଥିବା ବ୍ଲକ ସଭା ଗୃହରେ ରବିବାର ଅପରାହ୍ନରେ ହିତାଧିକାରୀଙ୍କୁ ଯୋଗାଣ ମନ୍ତ୍ରୀ କାର୍ଡ ବଣ୍ଟନ କରିଛନ୍ତି । ସରକାର ପରିବର୍ତ୍ତନ ପରେ ବହୁ ଭୂତ ରାସନ୍ କାର୍ଡ ଧରାପଡ଼ିଥିଲା ଓ ଆୟକର ଦାତାଙ୍କ ନାମରେ ମଧ୍ୟ ରାସନ୍ କାର୍ଡ ବଣ୍ଟନ ହୋଇଥିବା ଦେଖିବାକୁ ମିଳିଥିଲା । ସରକାରଙ୍କ ନୋଟିସ ପରେ ତଦନ୍ତ କରାଯାଇ ଏହି ରାସନ୍ କାର୍ଡ ତାଲିକାରୁ ଅଯୋଗ୍ୟ ହିତାଧିକାରୀଙ୍କ ନାମ ହଟା ଯାଇ ବାସ୍ତବରେ ଦାରିଦ୍ର୍ୟ ସୀମାରେଖା ତଳେ ବସ ବାସ କରୁଥିବା ହିତାଧିକାରୀଙ୍କୁ ରାସନ୍ କାର୍ଡ ବଣ୍ଟନ କରାଯାଉଛି । ଧର୍ମଶାଳା ବ୍ଲକରେ ୭ ଶହ ପରିବାର ନୂତନ ଖାଦ୍ୟ ସୁରକ୍ଷା ଯୋଜନା ଅଧିନରେ ହିତାଧିକାରୀ ଭାବେ ଆବେଦନ କରିଥିବା ବେଳେ ୧୪୫ ଜଣ ହିତାଧିକାରୀଙ୍କୁ ରାସନ୍ କାର୍ଡ ବଣ୍ଟନ କରାଯାଇଛି । ଏହି ଅବସରରେ ମନ୍ତ୍ରୀ କହିଛନ୍ତି ବହୁ ଦିନ ହେବ ରାସନ କାର୍ଡ ଅପେକ୍ଷାରେ ଥିବା ରାଜ୍ୟର ୬ ଲକ୍ଷ ଯୋଗ୍ୟ ହିତାଧିକାରୀଙ୍କୁ ଏହି ଯୋଜନାରେ ସାମିଲ କରାଯାଇଛି । ଆହୁରି ୧୫ ଲକ୍ଷ ପରିବାରକୁ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରାଯିବ ବୋଲି ମଧ୍ୟ ସେ କହିଛନ୍ତି । ଏହି କାର୍ଯ୍ୟକ୍ରମରେ ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରା, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ, ଜିଲ୍ଲା ଭାଜପା ସଭାନେତ୍ରୀ ଦେବଯାନୀ ପ୍ରଧାନ, ଧର୍ମଶାଳା ବିଡ଼ିଓ ଜ୍ୟୋତିର୍ମୟ କରଙ୍କ ସମେତ ଅନ୍ୟ ନେତୃବୃନ୍ଦ ଓ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Leave a comment

Your email address will not be published. Required fields are marked *