orissaleads

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

Blog Post

orissaleads > ରାଜ୍ୟ > ଗିରଫ ପରେ ବିଜେଡି କର୍ପୋରେଟର ଅମରେଶ ଜେନା ବିଜେଡିରୁ ନିଲମ୍ବିତ

ଗିରଫ ପରେ ବିଜେଡି କର୍ପୋରେଟର ଅମରେଶ ଜେନା ବିଜେଡିରୁ ନିଲମ୍ବିତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦୁଷ୍କର୍ମ ଅଭିଯୋଗରେ ବିଜେଡି କର୍ପୋରେଟର ଅମରେଶ ଜେନାଙ୍କୁ ଗିରଫ କରିଛି କମିସନରେଟ ପୋଲିସ। ବାଲେଶ୍ବରରେ ସେ ଆତ୍ମଗୋପନ କରିଥିଲା ବେଳେ ପୋଲିସ ଗିରଫ କରିଛି । ତାଙ୍କୁ ଫେରାର ହେବା‌ରେ ସହଯୋଗ କରିଥିବା ୫ ସହଯୋଗୀଙ୍କୁ ଗତକାଲି ଲକ୍ଷ୍ମୀସାଗର ଥାନା ପୋଲିସ ଗିରଫ କରିଥିଲା । ଗିରଫ ହୋଇଥିବା ଭିଯୁକ୍ତମାନେ ‌ହେଲେ ବଡ଼ଗଡ଼ ଗୌତମନଗରର ବିବେକ କୁମାର ସ୍ବାଇଁ(୨୯), ସନ୍ତୋଷୀବିହାର ଅଞ୍ଚଳର ବିକ୍ରମ ମହାନ୍ତି(୪୨), ଚିନ୍ତାମଣିଶ୍ବର ଅଞ୍ଚଳର ଦେବେନ୍ଦ୍ର ଭୋଳ(୪୫)ଓ ସୁମନ କୁମାର ସାହୁ(୨୭) ଏବଂ ଲକ୍ଷ୍ମୀସାଗର ଶବରସାହିର ରାଜୀବ ଚମ୍ପତ୍ତି(୪୫)। ଗତ ଗୁରୁବାର ଦିନ ଲକ୍ଷ୍ମୀସାଗର ଥାନାରେ ଜନୈକ ଯୁବତୀ ଅମରେଶଙ୍କ ନାମରେ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭ୍ରୁଣହତ୍ୟା ପାଇଁ ବାଧ୍ୟ କରିଥିବା ନେଇ ଅଭି‌ଯୋଗ କରିଥିଲେ। ଅଭିଯୋଗ ପରେ ପୁଲିସ ତାଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଥିଲା । ଗିରଫ ଭୟରେ ଅଭିଯୁକ୍ତ ଅମ‌ରେଶ ଜେନା ପୋଲିସକୁ ଚକମା ଦେଇ ଫେରାର ହୋଇଯାଇଥିଲେ।

ପୋଲିସ ତାଙ୍କ ମୋବାଇଲକୁ ଟ୍ରାକିଂ କରିବା ସହିତ ସେ କେଉଁଠାରେ ଅଛନ୍ତି ତାହାର ତଦନ୍ତ ଆରମ୍ଭ କରିଥିଲା। ତାଙ୍କ ମୋବାଇଲ ଟ୍ରାକିଂ ବେଳେ କିଛି ସହଯୋଗୀଙ୍କ ସହିତ କଥା ହୋଇଥିବା ପୁଲିସ ଜାଣିବାକୁ ପାଇଥିଲା। ଏହା ପରେ ସେମାନଙ୍କୁ ଥାନାକୁ ଆଣି ପୁଲିସ ପଚରାଉଚରା କରିଥିଲା। ସେମାନେ ତାଙ୍କୁ ‌ଫେରାର ହେବାରେ ସହଯୋଗ କରିଥିବା ସ୍ବୀକାର କରିଥିଲେ। ପରେ ‌ସେମାନଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିଲା।

ଗତକାଲି ପୀଡ଼ିତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। କେସ ଉଠାଇବାକୁ ପୋଲିସ ତାଙ୍କ ଉପରେ ଚାପ ପକାଉଥିବା ସେ ଭିଡିଓ ମାଧ୍ୟମ‌ରେ ପ୍ରକାଶ କରିଥିଲେ । ପୁଲିସ କାହିଁକି ଅମରେଶଙ୍କୁ ଗିରଫ କରୁନାହିଁ ବୋଲି ମଧ୍ୟ ସେ ପ୍ରଶ୍ନ ଉଠାଉଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କୁ ନ୍ୟାୟ ପ୍ରଦାନ କରନ୍ତୁ, ନହେଲେ ସେ ଆତ୍ମହତ୍ୟା କରିବେ ବୋଲି ମଧ୍ୟ ଚେତାବନୀ ଦେଇଥିଲେ। ନ୍ୟାୟ ନ ପାଇ ସେ ଆତ୍ମହତ୍ୟା କଲେ କେହି ମହମବତି ଶୋଭାଯାତ୍ରା କରିବେ ନାହିଁ ବୋଲି ମଧ୍ୟ ଭିଡିଓ ମାଧ୍ୟମରେ ନିବେଦନ କରିଥିଲେ ଯୁବତୀ ଜଣକ ।

ଆଜି ଅମରେଶଙ୍କୁ ପୋଲିସ ଗିରଫ କରିବା ପରେ ବିଜେଡି ତାଙ୍କୁ ଦଳରୁ ନିଲମ୍ବିତ କରିଛି ।

Leave a comment

Your email address will not be published. Required fields are marked *