Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ଜିଲ୍ଲା > ଯାଜପୁର > ସ୍ବର୍ଗତ ମଦନ ମୋହନ ସ୍ୱାଇଁଙ୍କ ୮୪ ତମ ଜୟନ୍ତୀ ଅବସରର ଆଲୋଚନା ଚକ୍ର

ସ୍ବର୍ଗତ ମଦନ ମୋହନ ସ୍ୱାଇଁଙ୍କ ୮୪ ତମ ଜୟନ୍ତୀ ଅବସରର ଆଲୋଚନା ଚକ୍ର

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ଜିଲ୍ଲା ଟ୍ୟାକ୍ସ ବାର ଆସୋସିଏସନ ତରଫରୁ ସ୍ୱର୍ଗତଃ ମଦନ ମୋହନ ସ୍ୱାଇଁଙ୍କ ୮୪ତମ ଜନ୍ମ ଜୟନ୍ତୀ ବ୍ୟାସଦେବ ଟାଉନ ହଲରେ ପାଳିତ ହୋଇ ଯାଇଛି । ଏହି ଅବସରରେ ଏକ ଆଲୋଚନା ଚକ୍ର ମଧ୍ୟ ଅନୁଷ୍ଠିତ ହୋଇଯାଇଛି । “ବିକଶିତ ଓଡ଼ିଶା ୨୦୩୬ : ସ୍ବପ୍ନ ଓ ବାସ୍ତବତା ଏବଂ ଗଣ ସଙ୍ଗଠନର ଭୂମିକା ” ଶୀର୍ଷକ ଆଲୋଚନା ଚକ୍ର ଆସୋସିଏସନର ସଭାପତି ବିବେକାନନ୍ଦ ମହାନ୍ତିଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଉଥିଲା । ଆଲୋଚନା ଚକ୍ରକୁ କୋରାଇ ବିଧାୟକ ଆକାଶ ଦାସନାୟକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ସେ ନିଜ ବକ୍ତବ୍ୟରେ କହିଥିଲେ ସମସ୍ତଙ୍କ ସହଯୋଗରେ ବିକଶିତ ଓଡ଼ିଶା, ୨୦୩୬ର ସ୍ବପ୍ନ ବାସ୍ତବରେ ପରିଣତ ହେବ । ସମସ୍ତଙ୍କ ସହଯୋଗରେ ବିଶେଷ କରି ଯୁବକ ଓ ଛାତ୍ର ବର୍ଗଙ୍କ ଉଦ୍ୟମରେ ହେବ ବୋଲି ପ୍ରକାଶ କରିଥିଲେ ଏବଂ ସମାଜରେ ଭାଇଚାରା, ପରସ୍ପର ଭଲ ପାଇବା ଭୟ ନ ରହିଲେ ରାଜ୍ୟର ପ୍ରକୃତ ବିକାଶ ସମ୍ଭବ ହେବ ବୋଲି ମତ ଦେଇଥିଲେ । ଆଲୋଚନା ଚକ୍ରରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ ରାଜନେତା ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ ଯୋଗଦେଇ ଟ୍ୟାକ୍ସ ବାର ଆସୋସିଏସନର ବିଭିନ୍ନ ସମାଜସେବା ମୂଳକ କାର୍ଯ୍ୟକୁ ଭୁୟସୀ ପ୍ରଶଂସା କରିଥିଲେ । ଓଡ଼ିଶାରୁ ବେରୋଜଗାର, ବେକାରୀ, ଶିଶୁ ମହିଳା ମୃତ୍ୟୁ, ଅନାହାର ମୃତ୍ୟୁ, ବନ୍ଦ ହୋଇପାରିଲେ ପ୍ରକୃତ ବିକାଶ ସମ୍ଭବ ହେଇପାରିବ ବୋଲି ମତ ଦେଇଥିଲେ । ବିଗତ ୨୦ ବର୍ଷରେ ରାଜ୍ୟରେ ପ୍ରଭୁତ ବିକାଶ ସମ୍ଭବ ହୋଇଥିଲେ ମଧ୍ୟ ଆମେ ବିକାଶଶୀଳ ଅବସ୍ଥାରେ ଅଛୁ, ବିକଶିତ ହେବକୁ ହେଲେ ସ୍ଥାନୀୟ ନିଯୁକ୍ତି ସହିତ ପ୍ରାକୃତିକ ସମ୍ପଦକୁ ପ୍ରକୃତ ବିନିଯୋଗ କରି ଛୋଟ ଛୋଟ ଶିଳ୍ପ ପ୍ରତିଷ୍ଠା କଲେ ଏହା ସମ୍ଭବ ହେଇପାରିବ ବୋଲି ମତ ଦେଇଥିଲେ । ମୁଖ୍ୟବକ୍ତା ଭାବେ ଇଷ୍ଟର୍ନ ମିଡ଼ିଆ ଲିମିଟେଡ଼ ତଥା ଆମ ଓଡ଼ିଶା ଓ ସମ୍ବାଦ ପରିବାରର ମୁଖ୍ୟ ସୌମ୍ୟ ରଞ୍ଜନ ପଟ୍ଟନାୟକ ଯୋଗଦେଇ ସରକାରଙ୍କର ଦୃଢ଼ ଇଚ୍ଛା ଶକ୍ତି ବଳରେ ହିଁ ଓଡ଼ିଶା ବିକଶିତ ହେଇପାରିବ ବୋଲି ମତ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାୟକ ଯୋଗଦେଇ କେନ୍ଦୁଝର ଜିଲ୍ଲା ଯାଜପୁର ଜିଲ୍ଳା ଉପରେ ନିର୍ଭରଶୀଳ ଏବଂ ଯାଜପୁର ଜିଲ୍ଳା କେନ୍ଦୁଝର ଜିଲ୍ଲା ଉପରେ ନିର୍ଭରଶୀଳ, କେନ୍ଦୁଝର ଯାଜପୁର ଭଳି ଦୁଇ ଜିଲ୍ଲା ଅଙ୍ଗାଙ୍ଗି ଭାବରେ ଜଡ଼ିତ ବୋଲି ମତ ଦେଇଥିଲେ । ମୋହନ ସରକାର ଓଡ଼ିଶାକୁ ସମ୍ପୂର୍ଣ୍ଣ ବିକଶିତ କରିବା ପାଇଁ ବଦ୍ଧ ପରିକର ବୋଲି ପ୍ରକାଶ କରିଥିଲେ । ଅତିରିକ୍ତ କମିଶନର ସତ୍ୟ ନାରାୟଣ ପଣ୍ଡା ଯୋଗଦେଇ ଟିକସ ଆଦାୟରେ ଜଣା ପଡ଼େ ଅଞ୍ଚଳ ତଥା ରାଜ୍ୟ କେତେ ବିକଶିତ । ଯାଜପୁର ରେଞ୍ଜ ଓଡିଶାରେ ଟିକସ ଆଦୟରେ ୨ୟ ସ୍ଥାନ ହାସଲ କରିଥିବାରୁ ଏହା ଆମ ପାଇଁ ଖୁସିର କଥା ବୋଲି କହିଥିଲେ । ସମ୍ପାଦକ ଧନେଶ୍ଵର ବାରିକ ସଂପାଦକୀୟ ବିବରଣୀ ପାଠ କରିଥିଲା ବେଳେ ମଞ୍ଚ ପରିଚାଳନା କରିଥିଲେ ଉପସଭାପତି ସସ୍ମିତା ସ୍ୱାଇଁ । ଯୁଗ୍ମ ସମ୍ପାଦକ ଅଶୋକ କୁମାର ଶର୍ମା ଧନ୍ୟବାଦ ଜ୍ଞାପନ କରିଥଲେ। ସଭାରେ ବିଭିନ୍ନ ପ୍ରତିଭା ସମ୍ପନ୍ନ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

Leave a comment

Your email address will not be published. Required fields are marked *