ଓଡ଼ିଶା ଲିଡ୍ସ(ବ୍ୟୁରୋ): ବରୀର ପୂର୍ବତନ ବିଧାୟକ ଦେବାଶିଷ ନାୟକଙ୍କ ବଡ଼ ଭାଇ ଦେବ କୁମାର ନାୟକଙ୍କର ଗତକାଲି ସନ୍ଧ୍ୟାରେ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା । ସେ ବେଶ କିଛିଦିନ ହେଲା ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ । ପୁରୀ ସ୍ୱର୍ଗଦ୍ୱାର ଠାରେ ତାଙ୍କ ଶେଷ କୃତ୍ୟ ସମାପନ ହୋଇଛି । ସେ ଦୀର୍ଘ ବର୍ଷ ବରୀ ରାଜନୀତି ସହିତ ଜଡିତ ଥିଲା ବେଳେ ଜିଲ୍ଲାର ଦ୍ୱିତୀୟ ପୁରାତନ ବରୀ ରାମଚନ୍ଦ୍ରପୁର ସ୍ଥିତ ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟର ପରିଚାଳନା କମିଟି ସଭାପତି ରହିଥିଲେ । ତାଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି ।




















