Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ବଦଳୁଛି ସୁକିନ୍ଦା ରାଜନୀତି ପାଣିପାଗ

ବଦଳୁଛି ସୁକିନ୍ଦା ରାଜନୀତି ପାଣିପାଗ

ଓଡ଼ିଶା ଲିଡ୍ସ(ଯାଜପୁର): ରାଜ୍ୟ ରାଜନୀତି ବିଭିନ୍ନ କାରଣକୁ ନେଇ ଏବେ ଉଷ୍ମ ହୋଇଛି । ଏସଆଇ ପରୀକ୍ଷା ମହା ଦୁର୍ନୀତି, ଆଇନଜୀବି ହତ୍ୟାକାଣ୍ଡ, କଟକରେ ଭଶାଣିକୁ ନେଇ ବିବାଦ ସହିତ ରାଜ୍ୟରେ ଆଇନ ଶୃଂଖଳାକୁ ନେଇ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି । ଏହି ସମୟରେ ନୂଆପଡା ଉପ ନିର୍ବାଚନକୁ ନେଇ ତିନି ପ୍ରମୁଖ ଦଳ ମୁହାଁ ମୁହିଁ ହୋଇଛନ୍ତି । ୧୫ ମାସ ହେଲା ବିଜେପି ରାଜ୍ୟରେ ଶାସନ ଭାର ଗ୍ରହଣ କରିଥିଲା ବେଳେ ସରକାର କେତେକ ମହତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି ଏହାକୁ କେହି ଅସ୍ବୀକାର କରି ପାରିବେ ନାହିଁ, ହେଲେ ରାଜ୍ୟରେ ଆଇନ ଶୃଙ୍ଖଳା ଯେ ଦିନକୁ ଦିନ ବିଗିଡି ଯାଉଛି ତାକୁ ମଧ୍ୟ କେହି ଅସ୍ବୀକାର କରିବେ ନାହିଁ । ହେଲେ ଏଭଳି ସ୍ଥିତିରେ ରାଜ୍ୟର ଅନ୍ୟତମ ଚର୍ଚ୍ଚିତ ନିର୍ବାଚନ ମଣ୍ଡଳୀ ଯାଜପୁର ଜିଲ୍ଲାର ସୁକିନ୍ଦା ନିର୍ବାଚନ ମଣ୍ଡଳୀର ରାଜନୈତିକ ଦୃଶ୍ୟପଟ ଏବେ ବଦଳି ଯାଇଛି । ରାଜ୍ୟର ଅନ୍ୟତମ ଚର୍ଚ୍ଚିତ ଯୁବନେତା ତଥା ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇଙ୍କର ଲୋକପ୍ରିୟତା ବଢୁଥିବା ଦେଖିବାକୁ ମିଳୁଥିଲା ବେଳେ ଏହାକୁ ନେଇ ଜିଲ୍ଲାର ଏକମାତ୍ର ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ଶିବିରରେ କମ୍ପନ ସୃଷ୍ଟି ହୋଇଛି । ପରାଜୟ ପରେ ଇଂ ଘଡାଇ ସୁକିନ୍ଦାରେ ଅଧିକ ସମୟ ଦେବା ସହିତ ନିଜ ସଙ୍ଗଠନକୁ ସଜାଡ଼ିବାକୁ ଗୁରୁତ୍ୱ ଦେଇଥିଲେ । ଯାହାର ସଫଳତା ଏବେ ଦେଖିବାକୁ ମିଳୁଛି । ଏବେ ପାର୍ବଣ ଋତୁ ଚାଲିଥିବାରୁ ସୁକିନ୍ଦା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ପୂଜା ଆୟୋଜିତ ହେଉଛି । ସବୁ ପୂଜା କମିଟି ପକ୍ଷରୁ ତାଙ୍କୁ ନିମନ୍ତ୍ରଣ ରହୁଥିଲା ବେଳେ ସେ ମଧ୍ୟ ସବୁଠି ପହଂଚୁଛନ୍ତି । ଏହି ସମୟରେ ତାଙ୍କୁ କେବଳ ପୂଜା କମିଟି ନୁହେଁ ଗ୍ରାମର ଆବାଳ ବୃଦ୍ଧ ବନିତା ଖୋଲା ହୃଦୟରେ ସ୍ୱାଗତ କରୁଛନ୍ତି । ଏହି ସମୟରେ ନିଜ ଚିରାଚରିତ ଢଙ୍ଗରେ ହସ ହସ ମୁହଁରେ ସେ ବି ସମସ୍ତଙ୍କ ଅଭିନନ୍ଦନ କୁ ଗ୍ରହଣ କରୁଛନ୍ତି ଇଂ ଘଡାଇ। ତାଙ୍କ ସହିତ ମିଶିବା, ବସିବା ଓ କଥା ହୋଇ ଫଟୋ ଉଠାଇବାକୁ ପ୍ରତିଯୋଗିତା ଲାଗି ଯାଉଛି । ଯାହା ତାଙ୍କ ଲୋକପ୍ରିୟତାକୁ ପ୍ରମାଣିତ କରୁଛି । ଏହି ଚିତ୍ର କିନ୍ତୁ ବିଜେପି ଶିବିରକୁ ନିରାଶ କରି ଦେଇଛି । ସୁକିନ୍ଦାର ବଦଳା ରାଜନୀତି ଚିତ୍ରପଟ କିନ୍ତୁ ଇଂ ଘଡାଇଙ୍କ ସମର୍ଥକଙ୍କୁ ବେଶ ଆମୋଦିତ କରୁଛି ।

Leave a comment

Your email address will not be published. Required fields are marked *