ଓଡ଼ିଶା ଲିଡ୍ସ(ବ୍ୟୁରୋ):ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନୂଆପଡ଼ା ବିଧାନସଭା ଉପନିର୍ବାଚନରେ ବିଜୟୀ ଜୟ ଢୋଲକିଆଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ଜୟଙ୍କ ମାଆ କଳ୍ପନା ଢୋଲକିଆ ପ୍ରମୁଖ ଉପସ୍ଥିତ ଥିଲେ ।
ଏଥିରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ନୂଆପଡ଼ାରେ ନୂଆ ଇତିହାସ ସୃଷ୍ଟି ହୋଇଛି। ନୂଆପଡ଼ାବାସୀ ବିଜେପି ଉପରେ ଭରସା କରିଛନ୍ତି। ନୂଆପଡ଼ାରେ ଏଥର ବିକାଶ ହେବ। ଆମ ସରକାର ୧୧୦୧ କୋଟି ଟଙ୍କାର ପ୍ରକଳ୍ପ ଲାଗି ଘୋଷଣା କରିଛନ୍ତି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ନେତୃତ୍ବରେ ବିଜେପିର କାର୍ଯ୍ୟକର୍ତ୍ତାମାନେ ଅକ୍ଳାନ୍ତ ପରିଶ୍ରମ କରି ବିଜେପିକୁ ବିପୁଳ ବିଜୟ ଆଣିଥିବାରୁ ସେମାନେଙ୍କ ପାଖରେ ମୁଁତକୃତଜ୍ଞ। ମୁଁ ଆଶାବାଦୀ ଜୟ ଢୋଲକିଆଙ୍କ ନେତୃତ୍ବରେ ନୂଆପଡ଼ା ରାଜ୍ୟର ଏକ ନମ୍ବର ଜିଲ୍ଲା ହେବ। ଜୟ ଢୋଲକିଆ ବିକାଶର ସାରଥୀ ହେବେ।




















