Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ବାଳିକା ବିଦ୍ୟାଳୟରେ ଛାତ୍ରୀଙ୍କୁ ଅସଦାଚରଣ ନେଇ ଉତ୍ତେଜନା

ବାଳିକା ବିଦ୍ୟାଳୟରେ ଛାତ୍ରୀଙ୍କୁ ଅସଦାଚରଣ ନେଇ ଉତ୍ତେଜନା

ଓଡ଼ିଶା ଲିଡ୍ସ(ସୁକିନ୍ଦା):ସୁକିନ୍ଦା ସ୍ଥିତ ଖଣ୍ଡୁରାଇ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଛାତ୍ରୀ ମାନଙ୍କୁ ଅସଦାଚରଣ କରିଥିବା ଘଟଣାକୁ ନେଇ ବିଦ୍ୟାଳୟରେ ଉତ୍ତେଜନା ସୃଷ୍ଟି ହୋଇଛି । ସୂଚନା ଅନୁଯାୟୀ ଖଣ୍ଡୁରାଇ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ୮ଜଣ ଶିକ୍ଷକ ଓ ୩ଜଣ ଶିକ୍ଷୟତ୍ରୀ ଅଛନ୍ତି । ଜଣେ ଶିକ୍ଷକ ଗତ ମଙ୍ଗଳବାର ଦିନ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ ଛାତ୍ରୀ ନିଜ ଅଭିଭାବକଙ୍କ ନିକଟରେ ଅଭିଯୋଗ କରିଥିଲେ । ଏହି ଘଟଣାକୁ ନେଇ ଆଜି ବିଦ୍ୟାଳୟରେ ଉତ୍ତେଜନା ଦେଖା ଦେଇଥିଲା । ବିଦ୍ୟାଳୟର ସମସ୍ତ ଛାତ୍ରୀ ଶ୍ରେଣୀ ଗୃହ ଛାଡ଼ି ହୋ ହାଲ୍ଲା କରିଥିଲେ । ଏହି ଖବର ପାଇ ଅନେକ ଅଭିଭାବକ ବିଦ୍ୟାଳୟରେ ପହଞ୍ଚି ଛାତ୍ରୀ ମାନଙ୍କୁ ବୁଝାସୁଝା କରିବା ସହ ବ୍ଲକ ଶିକ୍ଷାଧିକାରୀ ଓ ପୋଲିସକୁ ଏ ବିଷୟରେ ସୂଚନା ଦେଇଥିଲେ ।

ସୂଚନା ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀ ମାନଙ୍କୁ ବୁଝାସୁଝା କରି ସଂପୃକ୍ତ ଶିକ୍ଷକଙ୍କୁ ଥାନାକୁଗ ନେଇ ଘଟଣାର ତଦନ୍ତ ଆରମ୍ଭ କରିଥିଲେ । ଏହାକୁ ନେଇ ଦୀର୍ଘ ସମୟ ଧରି ସ୍କୁଲରେ ଉତ୍ତେଜନା ଲାଗି ରହିଥିଲା। ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଗୋବର୍ଦ୍ଧନ ପ୍ରଧାନ, ପ୍ରେମାଞ୍ଜଳୀ ନାୟକ, ଥାନା ଅଧିକାରୀ ବିଲ୍ଵମଙ୍ଗଳ ସେଠୀ, ପରିଚାଳନା କମିଟି ସଭାପତି, ସମ୍ପାଦକ ଓ ସ୍ଥାନୀୟ ବୁଦ୍ଧିଜୀବୀଙ୍କୁ ନେଇ ବିଦ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।

ଘଟଣା ସମ୍ପର୍କରେ ଆଲୋଚନା ପରେ ବ୍ଲକ ଶିକ୍ଷାଧିକାରୀଙ୍କ ପରାମର୍ଶରେ ଘଟଣାର ସବିଶେଷ ତଥ୍ୟ ଜାଣିବା ପାଇଁ ବିଦ୍ୟାଳୟ ପରିଚାଳନା କମିଟିର ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଓ ବ୍ଲକ ଶିକ୍ଷା ବିଭାଗର ଆଭ୍ୟନ୍ତରୀଣ ଅଭିଯୋଗ କମିଟିକୁ ଦାୟିତ୍ଵ ପ୍ରଦାନ କରାଯାଇଛି। ଆସନ୍ତା କାଲି ଉଭୟ କମିଟି ବିଦ୍ୟାଳୟର ଛାତ୍ରୀ, ଅଭିଭାବକ ଓ ଅନ୍ୟ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ଭେଟି ସେମାନଙ୍କ ରିପୋର୍ଟ ଦେବାପରେ ଜିଲ୍ଲା କାର୍ଯ୍ୟାନୁଷ୍ଠାନ ଗ୍ରହଣୟ କରାଯିବ ବୋଲି ବ୍ଲକ ଶିକ୍ଷାଧିକାରୀ ନାରାୟଣ ଦାସ ସୂଚନା ଦେଇଛନ୍ତି। ଆସନ୍ତା କାଲି ଦଶମ ଶ୍ରେଣୀକୁ ଛୁଟି ଘୋଷଣା କରିବା ସହ ଅଭିଯୋଗ ଥିବା ଶିକ୍ଷକ ମାନଙ୍କୁ କ୍ଲାସ ନକରିବା ପାଇଁ ବ୍ଲକ ଶିକ୍ଷାଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। ସମ୍ପୃକ୍ତ ଶିକ୍ଷକଙ୍କ ବିରୁଦ୍ଧରେ ପୂର୍ବରୁ ମଧ୍ୟ ବହୁ ଅଭିଯୋଗ ରହିଥିବା ଜଣା ଯାଇଛି ।

Leave a comment

Your email address will not be published. Required fields are marked *