Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାରି ଯୁବକଙ୍କ ଉପରେ ଚଢ଼ିଗଲା ବସ, ସମସ୍ତେ ଗୁରୁତର

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାରି ଯୁବକଙ୍କ ଉପରେ ଚଢ଼ିଗଲା ବସ, ସମସ୍ତେ ଗୁରୁତର

ଓଡ଼ିଶା ଲିଡ୍ସ(ଯାଜପୁର): ପ୍ରାତଃ ଭ୍ରମଣ କରୁଥିବା ଚାରି ଜଣ ଯୁବକଙ୍କ ଉପରେ ବସ ମାଡିଯିବାରୁ ସମସ୍ତ ଯୁବକ ଗୁରୁତର ଆହତ ହୋଇଛନ୍ତି । ଆହତ ମାନଙ୍କ ମଧ୍ୟରୁ ତିନି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଉତ୍ୟକ୍ତ ଲୋକମାନେ ରାସ୍ତାରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲା ବେଳେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ବସକୁ ଜବତ କରିବା ସହିତ ଚାଳକଙ୍କୁ ଅଟକ ରଖିଛି । ସୂଚନା ଅନୁଯାୟୀ ଆଜି ସକାଳୁ ବରୁଆଁ-ବରୀ ରାସ୍ତାର ସୁଜନପୁରରୁ ବରୁଆଁ ଆଡ଼କୁ କିଛି ଯୁବକ ପ୍ରାତଃ ଭ୍ରମଣରେ ଆସୁଥିଲେ । ଏହି ସମୟରେ ବରୀରୁ କଟକ ଆସୁଥିବା ହର ଗୌରୀ ନାମକ ଏକ ଘରୋଇ ବସ ଯୁବକ ମାନଙ୍କୁ ଧୋବାଗଳି ଛକରେ ପଛରୁ ଧକ୍କା ଦେଇଥିଲା । ଫଳରେ କିଶୋର ଜେନା, ରାକେଶ ଜେନା, ଅଭୟ ଜେନା ଓ ମନମୋହନ ଜେନା ଗୁରୁତର ଆହତ ହୋଇଥିଲେ । ଯୁବକ ମାନଙ୍କ ବୟସ ୧୮ରୁ ୨୦ ବର୍ଷ ଭିତରେ ବୋଲି ଜଣା ଯାଇଛି । ଆହତ ମାନଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ଯାଜପୁର ମେଡ଼ିକାଲ ପଠାଇଥିଲେ । ସେଠାରେ ତିନି ଜଣଙ୍କ ଅବସ୍ଥା ଶୋଚନୀୟ ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

ଦୁର୍ଘଟଣା ପରେ ଘଟଣା ସ୍ଥଳରେ ତୀବ୍ର ଉତ୍ତେଜନା ଦେଖା ଦେଇଥିଲା । ଉତ୍ୟକ୍ତ ଲୋକେ ଟାୟାର ଜାଳି ରାସ୍ତା ରୋକ କରିଥିଲେ । ଖବର ପାଇ ଯାଜପୁର ସଦର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକ ମାନଙ୍କୁ ବୁଝା ସୁଝା କରିଥିଲା । ହେଲେ ଲୋକମାନେ ରାସ୍ତା ଅବରୋଧରୁ ହଟି ନଥିଲେ । ଖବର ପାଇ ଯାଜପୁର ବିଧାୟିକା ସୁଜାତା ସାହୁ, ବିଜେପି ନେତା ସଂଗ୍ରାମ ପାତ୍ର, ପୋଲିସ ଉପଖଣ୍ଡ ଅଧିକାରୀ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ଲୋକମାନଙ୍କୁ ବୁଝା ସୁଝା କରୁଛନ୍ତି । ରିପୋର୍ଟ ଲେଖା ହେଲା ପର୍ଯ୍ୟନ୍ତ ରାସ୍ତା ଅବରୋଧ ହଟି ନାହିଁ ।

Leave a comment

Your email address will not be published. Required fields are marked *