ଓଡ଼ିଶା ଲିଡ୍ସ(ବ୍ୟୁରୋ): ସମ୍ବଲପୁରରେ ଗମନା ଗମନକୁ ସୁ ବ୍ୟବସ୍ଥିତ କରିବାକୁ ସରକାର ଇ-ବସ ସେବା ଆରମ୍ଭ କରିଛନ୍ତି । ୫୦ ଟି ଇ-ବସ ସମ୍ବଲପୁରରେ ଚାଲିବାକୁ ଥିଲା ବେଳେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୫ ଟି ବସ ଚଳାଚଳର ଶୁଭାରମ୍ଭ କରିଛନ୍ତି ।

ଅନ୍ୟପକ୍ଷରେ ସମ୍ବଲପୁରରେ ବସ ଗୁଡ଼ିକର ପରିଚାଳନାକୁ ସୁବ୍ୟବସ୍ଥିତ କରିବା ପାଇଁ ଅଇଁଠାପାଲି ଠାରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନସପୋର୍ଟର ଅତ୍ୟାଧୁନିକ ବସ୍ ଟର୍ମିନାଲ ମଧ୍ୟ ଆଜି ଉଦ୍ଘାଟନ କରାଯାଇଛି। ଏଥିସହିତ ଆଗାମୀ ୧୦ ବର୍ଷ ପର୍ଯ୍ୟନ୍ତ ଟର୍ମିନାଲ ଏବଂ ବସଗୁଡିକର ରକ୍ଷଣାବେକ୍ଷଣ ପାଇଁ ୨୩୮ କୋଟି ୧୪ ଲକ୍ଷ ଟଙ୍କାର ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହି ବସ୍ ବ୍ୟବସ୍ଥା ଦ୍ବାରା ସମ୍ବଲପୁରବାସୀଙ୍କ ଯାତାୟାତ ବ୍ୟବସ୍ଥା ସୁଦୃଢ଼ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।




















