ଓଡ଼ିଶା ଲିଡ୍ସ(ଯାଜପୁର): ଜିଲ୍ଲାର ଦ୍ଵିତୀୟ ପୁରାତନ ତଥା ରାଜ୍ୟର ଅନ୍ୟତମ ପୁରାତନ ମହାବିଦ୍ୟାଳୟ ଭାବେ ସୁନାମ ଅର୍ଜନ କରିଥିବା ସ୍ୱାଧୀନତା ସଂଗ୍ରାମର ପୀଠ ବରୀ ସ୍ଥିତ ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟ ପରିସରରେ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇ ଯାଇଛି ।
ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ପ୍ରବୋଧ କୁମାର ସାମଲଙ୍କ ଉପସ୍ଥିତିରେ ବରିଷ୍ଠ ପ୍ରାଧ୍ୟାପିକା ପ୍ରଫେସର କୁକମିନା ମହାନ୍ତି ଜାତୀୟ ପତାକା ଉତ୍ତୋଳନ କରିଥିଲେ । ପତାକା ଉତ୍ତୋଳନ ପୂର୍ବରୁ ପରିସରରେ ଥିବା ମହାନ ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ଗୋପବନ୍ଧୁ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା ।କାର୍ଯ୍ୟକ୍ରମରେ ବରିଷ୍ଠ ପ୍ରାଧ୍ୟାପକ ଡ଼ଃ ନରୋତ୍ତମ ପରିଡା, ପ୍ରଫେସର ବିମଳ କୁମାର ଜେନାଙ୍କ ସମେତ ଅନ୍ୟ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ ।




















