Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ରାଜ୍ୟ > ଖଣି ଅଞ୍ଚଳରେ ପ୍ରଶାସନ ମନମାନିକୁ ଅଦାଲତି ଛାଟ

ଖଣି ଅଞ୍ଚଳରେ ପ୍ରଶାସନ ମନମାନିକୁ ଅଦାଲତି ଛାଟ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜନୈତିକ ଚାପରେ ଚାପି ହୋଇ ଯାଜପୁର ଜିଲ୍ଲା ପ୍ରଶାସନ ଡିଏମଏଫ କମିଟି ଗଠନ କରିଥିଲା । କମିଟି ଗଠନ ବେଳେ ଡିଏମଏଫ ବିଧି ବ୍ୟବସ୍ଥାକୁ ଦଳି ମକଚି ଦେଇ ଜିଲ୍ଲା ପ୍ରଶାସନ ଯେଉଁ ପଦକ୍ଷେପ ନେଇଥିଲା ତା ଉପରେ ଅଦାଲତି ଛାଟ ବାଜିଛି । ରାଜନୈତିକ ଚାପର ବଶବର୍ତ୍ତୀ ହୋଇ ଖଣି ନଥିବା ସୁକିନ୍ଦା ବ୍ଳକର ତିନି ସରପଞ୍ଚଙ୍କୁ କମିଟିରେ ସାମିଲ କରା ଯାଇଥିଲା । ଏହି ତିନି ପଞ୍ଚାୟତ ହେଲା ପିମ୍ପୁଡିଆ, ହରିପୁର ଓ ଧୂଳିଗଡ଼ । ଏ ନେଇ ୨୦୨୫ ମସିହା ଜୁଲାଇ ମାସ ୨୪ ତାରିଖରେ ପ୍ରକାଶିତ ବିଜ୍ଞପ୍ତିକୁ ରଦ୍ଦ କରିବାକୁ ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ସହିତ ଡିଏମଏଫ ପ୍ରତିଷ୍ଠାନ ନିୟମାବଳୀ, ୨୦୧୫ ନିୟମ ୪(୧)(୪)ପାଳନ କରି କମିଟି ପୁନର୍ଗଠନ ୪ ସପ୍ତାହ ଭିତରେ ଶେଷ କରିବାକୁ ଉନ୍ନୟନ କମିସନର ତଥା ଯୋଜନା ଓ ସଂଯୋଜନା ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଖଣି ନଥିବା ପଞ୍ଚାୟତର ସରପଞ୍ଚଙ୍କୁ କମିଟିରେ ଅନ୍ତର୍ଭୁକ୍ତ କରାଯିବା ନିୟମ ୪ ର ଉଲଂଘନ କରୁଛି ବୋଲି ମଧ୍ୟ ହାଇକୋର୍ଟ କହିଛନ୍ତି । ନୂତନ କମିଟି ଗଠନ ପରେ କାଳିଆପାଣି ସରପଞ୍ଚ ବିକାଶ କୁମାର ପାତ୍ର, ଜିଲ୍ଲା ପରିଷଦ ସଦସ୍ୟା ଜେମା ଚାଖିଙ୍କ ସହିତ ଅନ୍ୟ ସରପଞ୍ଚ ଓ ସମିତି ସଭ୍ୟଙ୍କ ତରଫରୁ ଏହି ଆବେଦନ ଦାୟର ହୋଇଥିଲା । ହାଇକୋର୍ଟଙ୍କ ଏହି ନିଷ୍ପତ୍ତି ପରେ ଏହାକୁ ନେଇ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ଖୁସି ପ୍ରକାଶ କରିବା ସହିତ ଖଣି ଅଞ୍ଚଳ ପ୍ରତି ବିଜେପି ସରକାର ଯେଉଁ ଅନ୍ୟାୟ କରିଥିଲେ ଆଜି ତାର ଅବସାନ ଘଟିଛି ବୋଲି କହିବା ସହିତ ଉଚ୍ଚ ନ୍ୟାୟାଳୟ ଖଣି ଅଞ୍ଚଳବାସୀଙ୍କୁ ନ୍ୟାୟ ପ୍ରଦାନ କରିଥିବା କହିଛନ୍ତି । ଏହା ସହିତ ଆଗାମି ଦିନରେ ସୁକିନ୍ଦାରେ ଯେ କୌଣସି ଅନ୍ୟାୟ କାର୍ଯ୍ୟ ବିରୁଦ୍ଧରେ ଆମେ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହେବୁ ବୋଲି ମଧ୍ୟ କହିଛନ୍ତି ।

Leave a comment

Your email address will not be published. Required fields are marked *