ଓଡ଼ିଶା ଲିଡ୍ସ(ବ୍ୟୁରୋ): ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇଦିନ ଧରି ରାଜ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷା ଆଶଙ୍କା ଦେଖା ଦେଇଛି । ଲଘୁଚାପ ପ୍ରଭାବରେ ଅଧା ଓଡ଼ିଶାରେ ଭିଜିବାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଭାଗ । ଫେବ୍ରୁଆରୀ ୨୩ ଓ ୨୪ ଦୁଇଦିନ ଧରି ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଆସନ୍ତାକାଲି ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର ଓ ଭଦ୍ରକରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ୨୪ ତାରିଖରେ ଯାଜପୁର, କଟକ ଓ ମୟୂରଭଞ୍ଜରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଓ ଝଟକା ପବନର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ।




















