ଓଡିଶା ଲିଡ୍ସ(ବ୍ୟୁରୋ): ଗତ କାଲି ମଧ୍ୟରାତ୍ରୀରେ କଟକ ଶ୍ରୀ ରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜରେ ଘଟିଥିବା ଅଗ୍ନିକାଣ୍ଡରେ ଟ୍ରମା କେୟାର ଆଇସିୟୁରେ ଅଗ୍ନିକାଣ୍ଡ ଘଟି ୧୦ ଜଣ ରୋଗୀଙ୍କ ଶୋଚନୀୟ ମୃତ୍ୟୁ ହୋଇଥିଲା ବେଳେ ୫ ଜଣ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଥିଲା । ଏହି ଘଟଣା ରାଜ୍ୟବାସୀଙ୍କୁ ମର୍ମାହତ କରିଥିଲା ବେଳେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଏ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି । ହେଲେ ଏହି ଘଟଣାର ନୈତିକ ଦାୟିତ୍ୱ ନିଜ ମୁଣ୍ଡକୁ ନେଇ ନାହାନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏହାକୁ ନେଇ ରାଜ୍ୟ ସରକାରଙ୍କ ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ନିଜ ସାମାଜିକ ଗଣ ମାଧ୍ୟମରେ ବର୍ତ୍ତମାନ ସୁଦ୍ଧା ନୈତିକତା ଦୃଷ୍ଟିରୁ ସ୍ୱାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇ ନାହାନ୍ତି କାହିଁକି ବୋଲି ପ୍ରଶ୍ନ କରିଛନ୍ତି ।





















