Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ରାଜ୍ୟ > ବିଜୁ ବାବୁଙ୍କ ପ୍ରତି ଅପମାନ ସୂଚକ ମନ୍ତବ୍ୟ ଅତ୍ୟନ୍ତ ଦୁଃଖ ଦାୟକ, ନିନ୍ଦନୀୟ ଓ ଦୁର୍ଭାଗ୍ୟ ଜନକ-ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ

ବିଜୁ ବାବୁଙ୍କ ପ୍ରତି ଅପମାନ ସୂଚକ ମନ୍ତବ୍ୟ ଅତ୍ୟନ୍ତ ଦୁଃଖ ଦାୟକ, ନିନ୍ଦନୀୟ ଓ ଦୁର୍ଭାଗ୍ୟ ଜନକ-ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ

ଓଡିଶା ଲିଡ୍ସ(ବ୍ୟୁରୋ):କଳିଙ୍ଗର ବରପୁତ୍ର, ଖାରବେଳଙ୍କ ସୁଯୋଗ୍ୟ ଦାୟାଦ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ, ଅଦ୍ଵିତୀୟ ପ୍ରବାଦ ପୁରୁଷ, ବିଜୁ ବାବୁଙ୍କ ପ୍ରତି ଝାଡଖଣ୍ଡର ବିଜେପି ସାଂସଦ ନିଶିକାନ୍ତ ଦୁବେ ଦେଇଥିବା ଅସମ୍ମାନ ଏବଂ ଅସୂୟା ସୂଚକ ମନ୍ତବ୍ୟକୁ ପୂର୍ବତନ ଅର୍ଥମନ୍ତ୍ରୀ ତଥା କଳିଙ୍ଗ ଫାଉଣ୍ଡେସନ ଟ୍ରଷ୍ଟର ଅଧ୍ଯକ୍ଷ ଡଃ. ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ ଘୋର ନିନ୍ଦା କରିବା ସହିତ ଏହା ଅତ୍ୟନ୍ତ ଦୁଃଖ ଦାୟକ, ନିନ୍ଦନୀୟ ଏବଂ ଦୁର୍ଭାଗ୍ୟ ଜନକ ବୋଲି କହିଛନ୍ତି । ଓଡିଆ ଅସ୍ମିତା ପାଇଁ ସଦା ସମର୍ପିତ ବିଜୁ ବାବୁଙ୍କ ପ୍ରତି ହୋଇଥିବା ଅପମାନ ଓଡିଶା ବାସୀଙ୍କ ମନରେ ଗଭୀର ଆଘାତ ଦେଇଛି ।

ବିଜୁ ବାବୁ ଭାରତର ସ୍ଵାଧୀନତା ସଂଗ୍ରାମରୁ ଆରମ୍ଭ କରି ଋଷ ଏବଂ ଇଣ୍ଡୋନେସିଆର ସଂଗ୍ରାମରେ ସହଯୋଗ କରି ଦେଶ ବିଦେଶରେ ଅନେକ ଯଶ, କୀର୍ତ୍ତି ଏବଂ ସମ୍ମାନ ଲାଭକରିଥିଲେ । କାଶ୍ମିରକୁ ପାକିସ୍ତାନ ସେନା କବଳରୁ ରକ୍ଷା କରିବା, ୧୯୬୨ ମସିହାର ଭାରତ-ଚୀନ ଯୁଦ୍ଧ ଏବଂ ୧୯୬୫ ମସିହାରେ ଭାରତ-ପାକିସ୍ତାନ ଯୁଦ୍ଧ ସବୁ ସମୟରେ ସେ ଦେଶର ସୁରକ୍ଷା ପାଇଁ ଆଗେଇ ଆସିଥିଲେ । ବିଜ୍ଞାନକୁ ଲୋକପ୍ରିୟ କରିବା ପାଇଁ ବିଶ୍ବ ପ୍ରସିଦ୍ଧ ୟୁନେସ୍କୋ କଳିଙ୍ଗ ପୁରସ୍କାରର ପ୍ରତିଷ୍ଠାତା ବିଜୁବାବୁ କେବଳ ଓଡିଶା ନୁହେଁ ସମଗ୍ର ଦେଶରେ ଜଣେ ଅନନ୍ୟ ଜନ ନାୟକ ଥିଲେ ।

ବିଜୁ ବାବୁଙ୍କ ଭଳି ଜଣେ ଦେଶପ୍ରେମୀ ମହାନାୟକଙ୍କ ସ୍ୱର୍ଣ୍ଣିମ ଇତିହାସ ବିଷୟରେ ନଜାଣି ନଶୁଣି ନିନ୍ଦନୀୟ ଏବଂ ଅପାମନ ସୂଚକ ମନ୍ତବ୍ୟ ଦେଇଥିବା ଶ୍ରୀ ଦୁବେ ଓଡିଶାବାସୀ ତଥା ଦେଶବାସୀଙ୍କ ନିକଟରେ ନିଃସର୍ତ କ୍ଷମା ପ୍ରାର୍ଥନା କରିବା ସହିତ ବିଜୁ ବାବୁଙ୍କ ପ୍ରତି ଯଥେଷ୍ଟ ସମ୍ମାନ ପ୍ରଦର୍ଶନ କରିବା ପାଇଁ ଏକ ପ୍ରେସ ବିବୃତିରେ ଡଃ.ଘଡାଇ ପ୍ରକାଶ କରିଛନ୍ତି ।

Leave a comment

Your email address will not be published. Required fields are marked *