ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠି ଲେଖି ୪୮ ଘଣ୍ଟା ଭିତରେ ସ୍ବତନ୍ତ୍ର ଅଧିବେଶନ ପାଇଁ ପ୍ରସ୍ତାବ ଦେଇଛନ୍ତି । ରାଜ୍ୟର ସାମାନ୍ୟତମ ରାଜନୈତିକ ଅଧିକାର କ୍ଷୁଣ୍ଣ ନ କରିବାକୁ ସଂକଳ୍ପ ପାରିତ କରାଯାଉ ବୋଲି ଚିଠିରେ ଦାବି କରିଛନ୍ତି ।ଲୋକସଭାରେ ଓଡ଼ିଶାର ପ୍ରତିନିଧିତ୍ବ ବର୍ତ୍ତମାନ ୩.୯ ପ୍ରତିଶତ ରହିଛି, ଆସନ ସଂଖ୍ୟା ୨୧ରୁ ୨୯କୁ ବୃଦ୍ଧି ହେଲେ ବି ପ୍ରତିନିଧିତ୍ବ ୩.୪%କୁ କମିବ । ଫଳରେ ଆମର ରାଜନୈତିକ ଅଧିକାର ଅନ୍ୟ ରାଜ୍ୟମାନେ ଛଡ଼ାଇ ନେବେ ବୋଲି ଉଲ୍ଲେଖ କରିଛନ୍ତି ନବୀନ । ପ୍ରକାଶିତ ରିପୋର୍ଟ ଅନୁସାରେ ଓଡ଼ିଶା ଚତୁର୍ଥ ସର୍ବାଧିକ କ୍ଷତିଗ୍ରସ୍ତ ରାଜ୍ୟ ହେବ ବୋଲି ମଧ୍ୟ ଆଶଙ୍କା ପ୍ରକାଶ ପାଇଛି ।




















