ଓଡ଼ିଶା ଲିଡ୍ସ(ବ୍ୟୁରୋ):ରାଜ୍ୟ ବିଜେପି ସଭାପତି ତଥା ରାଜ୍ୟସଭା ସାଂସଦ ମନମୋହନ ସାମଲ ଭୁବନେଶ୍ୱର ସ୍ଥିତ ରାଜଭବନ ନିକଟରେ ଥିବା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟ ଅର୍ପଣ କରିଛନ୍ତି। ଏହି ଅବସରରେ ବିଧାୟକ ବାବୁ ସିଂ, ଭୁବନେଶ୍ୱର ସାଂଗଠନିକ ଜିଲ୍ଲାର ସଭାପତି ନିରଞ୍ଜନ ମିଶ୍ର, ଦଳର ଅନ୍ୟ ବରିଷ୍ଠ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।




















