ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ମଧ୍ୟାହ୍ନରେ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି । କାର୍ଯ୍ୟାଳୟ ପରିସର ଭିତରେ ଥିବା ସିଡ଼ି ରେଲିଙ୍ଗରେ ଜଣେ ଯୁବକ ନିଜ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି । ଯୁବକ ଜଣକ କୌଣସି ବିଭାଗର କର୍ମଚାରୀ ହୋଇ ନଥିଲା ବେଳେ ସେ କେଉଁ କାରଣ ପାଇଁ ଆତ୍ମହତ୍ୟା କରିଛନ୍ତି ତାହା ସମସ୍ତଙ୍କୁ ଚକିତ କରିଛି । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଥିବା ଜଣା ଯାଇଛି ।




















