ଓଡ଼ିଶା ଲିଡ୍ସ(ବ୍ୟୁରୋ):ଦୁଇ ଦଫା ଦାବିରେ ଭୁବନେଶ୍ୱର ଲୋୟର ପିଏମଜିରେ ଆମରଣ ଅନଶନରେ ବସିଛନ୍ତି ସରପଞ୍ଚ ଚାମେଲି ଓଝା । କେନ୍ଦ୍ରାପଡ଼ା ଜିଲ୍ଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝା ତାଙ୍କ ଉପରେ ହୋଇଥିବା ଅତ୍ୟାଚାରକୁ ନେଇ ଚର୍ଚ୍ଚାରେ ଅଛନ୍ତି । ତାଙ୍କ ପ୍ରତି ହୋଇଥିବା ଅନ୍ୟାୟ ଓ ଅତ୍ୟାଚାରର ବିଚାର ଦାବି କରି ଆଜି ସେ ଅନଶନ ଆରମ୍ଭ କରିଛନ୍ତି । ତାଙ୍କର ଦୁଇଟି ପ୍ରମୁଖ ଦାବି ମଧ୍ୟରେ ରହିଛି ମହାକାଳପଡ଼ା ବିଡିଓ ରବି ନାରାୟଣ ଆଚାର୍ଯ୍ୟଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ମହାକାଳପଡ଼ା ଆଇଆଇସି ମାନସ ମଲ୍ଲିକଙ୍କ ବିରୋଧରେ କଠୋର ପଦକ୍ଷେପ ଗ୍ରହଣ । ତୁରନ୍ତ ଆଇନଗତ କାର୍ଯ୍ୟାନୁଷ୍ଠାନ ସହ ନ୍ୟାୟ ପ୍ରଦାନ କରିବାକୁ ସେ ଦାବି କରିଛନ୍ତି । ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆମରଣ ଅନଶନ ଜାରି ରହିବ ବୋଲି କହିଛନ୍ତି ଚାମେଲି ଓଝା ।




















