ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦିଲ୍ଲୀରୁ ଫେରି ଆସନ୍ତାକାଲି ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୂର୍ବାହ୍ନ ୧୦ଟାରେ ବାୟୁସେନା ହେଲିକପ୍ଟର ଯୋଗେ ବନ୍ୟାଞ୍ଚଳ ସର୍ଭେ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଏସଆରସି ମଧ୍ୟ ଉପସ୍ଥିତ ରହିବେ । ସର୍ଭେ ପରେ ପ୍ରଭାବିତ ଅଞ୍ଚଳରେ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟକୁ ଆହୁରି ଜୋରଦାର କରିବାକୁ ପଦକ୍ଷେପ ନିଆଯିବ ।




















