Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ୧୦ ବର୍ଷ ହେଲା ଚୟନ ହୋଇପାରୁ ନାହାନ୍ତି ବିଧାନ ସଭାର ଶ୍ରେଷ୍ଠ ବିଧାୟକ, ୨୩ ମାସ ପରେ କମିଟି ଗଠନ କଲେ ସରକାର

୧୦ ବର୍ଷ ହେଲା ଚୟନ ହୋଇପାରୁ ନାହାନ୍ତି ବିଧାନ ସଭାର ଶ୍ରେଷ୍ଠ ବିଧାୟକ, ୨୩ ମାସ ପରେ କମିଟି ଗଠନ କଲେ ସରକାର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜକୁ ୧୦ ବର୍ଷ ହେଲା ବିଧାନସଭାର ଶ୍ରେଷ୍ଠ ବିଧାୟକ ଚୟନ ହୋଇପାରି ନାହିଁ । ଫଳରେ ଦୀର୍ଘ ୧୦ ବର୍ଷ ହେଲା ରାଜ୍ୟବାସୀ ନିର୍ବାଚିତ କରିଥିବା ବିଧାୟକ, ବିଧାୟିକା ମାନଙ୍କ ମଧ୍ୟରୁ କିଏ ବିଧାନସଭାରେ ଶ୍ରେଷ୍ଠ ବିଧାୟକ ତାହା ଜାଣି ପାରୁ ନାହାନ୍ତି । ଫଳରେ ଜନ ପ୍ରତିନିଧିଙ୍କୁ ସ୍ୱୀକୃତି ଦେବାରେ ବିଧାନସଭା ସଫଳ ହୋଇନାହିଁ । ୨୦୧୬ ମସିହାରୁ ଶ୍ରେଷ୍ଠ ବିଧାୟକ ଚୟନ ପ୍ରକ୍ରିୟା ବନ୍ଦ ହୋଇ ପଡିଛି । ନୂତନ ସରକାର ୨୩ ମାସ ପରେ ଏଥିରେ ତତ୍ପରତା ଦେଖାଇ ଚୟନ କମିଟି ଗଠନ କରିଛନ୍ତି । ବିଧାନସଭାରେ ବିଧାୟକ ମାନଙ୍କ ପ୍ରଦର୍ଶନର ବିଭିନ୍ନ ମାପଦଣ୍ଡକୁ ବିଚାର କରି ଶ୍ରେଷ୍ଠ ବିଧାୟକଙ୍କୁ ପଣ୍ଡିତ ନୀଳକଣ୍ଠ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ ଓ ଉତ୍କଳ ଗୌରବ ମଧୁସୂଦନ ଦାସ ସମ୍ମାନ ପ୍ରଦାନ କରାଯାଏ । ବିଜେଡି ସରକାର ୨୦୧୬ ମସିହାରୁ ଚୟନ ପ୍ରକ୍ରିୟାକୁ ରୋକିଦେଇଥିଲେ । ସରକାର ବଦଳିବା ପରେ ବିଜେପି ସରକାର ୨୩ ମାସ ପରେ ଚୟନ କମିଟି ଗଠନ କରିଛନ୍ତି । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିରେ ୬ ଜଣ ସଦସ୍ୟ ଅଛନ୍ତି । ସଦସ୍ୟ ଭାବେ ଉପବାଚସ୍ପତି ଭବାନୀ ଶଙ୍କର ଭୋଇ, ବିଧାୟକ ଜୟନାରାୟଣ ମିଶ୍ର, ଭାସ୍କର ମଢ଼େଇ, ପୂର୍ବତନ ବିଧାୟକ ଅମର ପ୍ରସାଦ ଶତପଥୀ, ଅରବିନ୍ଦ ଢାଲି, ବରିଷ୍ଠ ସାମ୍ୱାଦିକ ରାଜାରାମ ଶତପଥୀ ସାମିଲ ଅଛନ୍ତି । ଚୟନ କମିଟିର ପ୍ରଥମ ବୈଠକରେ ୨୦୧୭ରୁ ୨୦୨୫ ଯାଏଁ ଶ୍ରେଷ୍ଠ ବିଧାୟକଙ୍କୁ ବଛାଯିବାକୁ ନିଷ୍ପତି ହୋଇଛି । ଏଥିପାଇଁ ନିର୍ଦ୍ଧାରିତ ମାପଦଣ୍ଡ ମଧ୍ୟରେ ବିଧାନସଭାରେ ଉପସ୍ଥିତି, ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଆଲୋଚନାରେ ଅଂଶଗ୍ରହଣ, ହଟ୍ଟଗୋଳ ନକରି ଗୃହକାର୍ଯ୍ୟରେ ସହଯୋଗ କରିବା, ଶବ୍ଦ ଚୟନରେ ସଂଭ୍ରମତା ଆଦି ଆଧାରରେ ଚୟନ କରାଯିବ। ଏଥିପାଇଁ ବିଧାନସଭାର ଗବେଷଣା ବିଭାଗକୁ ଚୟନ କମିଟି ଦାୟିତ୍ୱ ପ୍ରଦାନ କରିଛି । ପରବର୍ତ୍ତୀ ବୈଠକରେ ନାମ ଉପରେ ବିଚାର ହୋଇପାରେ ବୋଲି ଜଣା ଯାଇଛି । ୨୦୦୯ରୁ ୨୦୧୬ ପର୍ଯ୍ୟନ୍ତ ୨୪ ଜଣ ଶ୍ରେଷ୍ଠ ବିଧାୟକଙ୍କୁ ବିଭିନ୍ନ ସମ୍ମାନରେ ସମ୍ମାନୀତ କରାଯାଇଥିଲା।

Leave a comment

Your email address will not be published. Required fields are marked *