ଓଡ଼ିଶା ଲିଡ୍ସ(ବ୍ୟୁରୋ): ସୁପ୍ରିମକୋର୍ଟଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଅନୁଯାୟୀ, ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଡିଜିପି ଚୟନ ପ୍ରକ୍ରିୟା ଘୁଞ୍ଚାଇ ଦିଆଯାଇଛି । ସେପର୍ଯ୍ୟନ୍ତ ରାଜ୍ୟ ସରକାର ଡିଜିପି ନିଯୁକ୍ତି ନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନେଇପାରିବେ ନାହିଁ । ଡିଜିପି ନିଯୁକ୍ତି ସମ୍ପର୍କିତ ଏକ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଡିଜିପି ଚୟନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏବେ ସୁପ୍ରିମକୋର୍ଟଙ୍କ ଏହି ଆଦେଶ ପରେ ଏହା ଅଟକି ଯାଇଛି । ଆସନ୍ତା ୧୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବାର ଥିଲା ବେଳେ ନୂତନ ଡିଜିପି ନିଯୁକ୍ତି ସ୍ପଷ୍ଟ ହେବ ।




















