ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ବ୍ଲକ ଗୋବରଘାଟି ପଞ୍ଚାୟତ ସ୍ଥିତ ଟାଟା କଲୋନୀ ଠାରେ ପବିତ୍ର ଗଣେଶ ପୂଜା ଉପଲକ୍ଷେ ଆୟୋଜିତ ଉତ୍ସବରେ ଯୋଗଦାନ କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ସେ ପୂଜା ମଣ୍ଡପରେ ପ୍ରଭୁ ଗଜାନନଙ୍କ ପୂଜାର୍ଚ୍ଚନା କରିବା ସହ ସମସ୍ତଙ୍କର ସୁଖ ଶାନ୍ତି ଓ ସମୃଦ୍ଧି କାମନା କରି ଆୟୋଜକ ମାନଙ୍କୁ ଧନ୍ୟବାଦ ପ୍ରଦାନ କରିଛନ୍ତି ।
ଆୟୋଜକ ମାନଙ୍କ ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ଏହି ଅବସରରେ ପୂର୍ବତନ ମନ୍ତ୍ରୀ କଲୋନୀ ବାସୀଙ୍କ ସହିତ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ ।




















