ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଏବଂ ମହାନ ସ୍ୱାଧୀନତା ସଂଗ୍ରାମୀ ଲକ୍ଷ୍ମଣ ନାୟକଙ୍କ ୧୨୭ତମ ଜୟନ୍ତୀ ଅବସରରେ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ‘ଜନଜାତୀୟ ଗୌରବ ଦିବସ ଅଭିଯାନ’ର ରାଜ୍ୟସ୍ତରୀୟ କର୍ମଶାଳାରେ ଆୟୋଜିତ ହୋଇ ଯାଇଛି। ଏହି ଅବସରରେ ଜନଜାତି ସମାଜର ଗୌରବମୟ ଇତିହାସ, ସଂସ୍କୃତି, ପରମ୍ପରା ଏବଂ ଦେଶର ସ୍ୱାଧୀନତା ସଂଗ୍ରାମରେ ମହାନ ଜନଜାତି ବୀରମାନଙ୍କ ଅତୁଳନୀୟ ଅବଦାନକୁ ସ୍ମରଣ କରିବା ସହ ତାଙ୍କ ଆଦର୍ଶକୁ ନୂତନ ପିଢ଼ି ନିକଟରେ ପହଞ୍ଚାଇବା ଉପରେ ଗୁରୁତ୍ୱ ଦିଆଯାଇଥିଲା । ଏହି କର୍ମଶାଳାରେ ବିଜେପି ରାଜ୍ୟ ସଭାପତି ତଥା ରାଜ୍ୟସଭା ସାଂସଦ ମନମୋହନ ସାମଲ, କେନ୍ଦ୍ର ସରକାରଙ୍କ ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, କେନ୍ଦ୍ରୀୟ ଜନଜାତି ମୋର୍ଚ୍ଚା ସଭାପତି ତଥା ସାଂସଦ ଡ଼. ମାନ୍ନାଲାଲ ରାୱତ, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ରବି ନାରାୟଣ ନାୟକ, ବିଜେପି ରାଜ୍ୟ ସଂଗଠନ ମହାମନ୍ତ୍ରୀ ମାନସ ମହାନ୍ତି, ବିଶ୍ୱେଶ୍ୱର ଟୁଡୁ, ସୁକେଶୀ ଓରାମ, ଜନଜାତି ମୋର୍ଚ୍ଚାର ରାଜ୍ୟ ସଭାପତି ପ୍ରମୁଖ ଉପସ୍ଥିତ ଥିଲେ ।



















